ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ଦେଓ ରଞ୍ଜନ କହିଛନ୍ତି, ସରକାର ଯେଉଁ ବଡ଼ ଦାୟିତ୍ୱ ଦେଇଛନ୍ତି, ତାହା ନିର୍ବାହନରେ ସକ୍ଷମ ହେବା ଲାଗି ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା। ତାଙ୍କ ଉପରେ ଭରସା କରି ଏହି ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ। ୨୦୩୬ ସୁଦ୍ଧା ଓଡ଼ିଶାକୁ ସମୃଦ୍ଧ ରାଜ୍ୟ ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଦିଗରେ ଯାହା କରାଯାଇପାରିବ, ସେଥିପାଇଁ ସେ ଚେଷ୍ଟା କରିବେ। ଭଗବାନ୍‌ ଓଡ଼ିଶାକୁ ସବୁ ସମ୍ପଦ ଦେଇଛନ୍ତି। ରାଜ୍ୟର ଲୋକେ ବହୁତ ପରିଶ୍ରମୀ। ଏସବୁ ସାଧନକୁ ନେଇ ଓଡ଼ିଶାର ବିକାଶ ଦିଗରେ କାର୍ଯ୍ୟ ହେବ। ବଡ଼ କଥା ହେଉଛି ରାଜ୍ୟ ସରକାରଙ୍କ ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟାନ୍ବୟନ କରିବା, ସେଥିପ୍ରତି ଧ୍ୟାନ ଦେଇ କାମ ହେବ ବୋଲି ସେ କହିଛନ୍ତି।
ସେହିପରି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ହେମନ୍ତ ଶର୍ମା ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି, ଲୋକଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ। ରାଜ୍ୟରେ ଆଇନ ବ୍ୟବସ୍ଥା ବଜାୟ ରଖିବା ଦିଗରେ କାର୍ଯ୍ୟ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପ୍ରାଥମିକତା। ଲୋକେ ଯେପରି ନିରାପଦ ଏବଂ ସୁରକ୍ଷିତ ମଣିବେ ସେ ଦିଗରେ ଗୁରୁତ୍ୱ ଦିଆଯିବ। ରାଜ୍ୟର ସବୁ ଥାନା ଏବଂ ଫାଣ୍ଡିର ଭିତ୍ତିଭୂମିକୁ ଉନ୍ନତ କରାଯିବ। ରାଜ୍ୟରେ ଖାଲିପଡ଼ିଥିବା ପୋଲିସ୍‌ ପଦ ପଦବୀ ପୂରଣ କରିବା ସହିତ ପୋଲିସ୍‌କୁ ଗ୍ରାସ୍‌ରୁଟ୍‌ ସ୍ତରରେ ମଜଭୁତ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ୧୯୯୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶୁଭା ଶର୍ମା ପ୍ରମୁଖ ସଚିବ ଭାବେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ବିଭାଗୀୟ ଅଧିକାରୀଙ୍କ ସହିତ ସେ ଆଲୋଚନା କରି  କହିଛନ୍ତି, ଜାନୁଆରୀରେ ସମସ୍ତେ କ୍ଷେତ୍ର ପରିଦର୍ଶନ ପାଇଁ ଯୋଜନା କର। ବିଭିନ୍ନ ଯୋଜନାର ସୂକ୍ଷ୍ମସ୍ତରୀୟ ଅନୁଦାନ ଓ ପର୍ଯ୍ୟବେକ୍ଷଣ ସହ ବିଭିନ୍ନ କାର୍ଯ୍ୟକ୍ରମ ସଫଳ ଆୟୋଜନ କରିବାକୁ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ,...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri