ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ଦେଓ ରଞ୍ଜନ କହିଛନ୍ତି, ସରକାର ଯେଉଁ ବଡ଼ ଦାୟିତ୍ୱ ଦେଇଛନ୍ତି, ତାହା ନିର୍ବାହନରେ ସକ୍ଷମ ହେବା ଲାଗି ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା। ତାଙ୍କ ଉପରେ ଭରସା କରି ଏହି ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ। ୨୦୩୬ ସୁଦ୍ଧା ଓଡ଼ିଶାକୁ ସମୃଦ୍ଧ ରାଜ୍ୟ ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଦିଗରେ ଯାହା କରାଯାଇପାରିବ, ସେଥିପାଇଁ ସେ ଚେଷ୍ଟା କରିବେ। ଭଗବାନ୍‌ ଓଡ଼ିଶାକୁ ସବୁ ସମ୍ପଦ ଦେଇଛନ୍ତି। ରାଜ୍ୟର ଲୋକେ ବହୁତ ପରିଶ୍ରମୀ। ଏସବୁ ସାଧନକୁ ନେଇ ଓଡ଼ିଶାର ବିକାଶ ଦିଗରେ କାର୍ଯ୍ୟ ହେବ। ବଡ଼ କଥା ହେଉଛି ରାଜ୍ୟ ସରକାରଙ୍କ ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟାନ୍ବୟନ କରିବା, ସେଥିପ୍ରତି ଧ୍ୟାନ ଦେଇ କାମ ହେବ ବୋଲି ସେ କହିଛନ୍ତି।
ସେହିପରି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ହେମନ୍ତ ଶର୍ମା ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି, ଲୋକଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ। ରାଜ୍ୟରେ ଆଇନ ବ୍ୟବସ୍ଥା ବଜାୟ ରଖିବା ଦିଗରେ କାର୍ଯ୍ୟ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପ୍ରାଥମିକତା। ଲୋକେ ଯେପରି ନିରାପଦ ଏବଂ ସୁରକ୍ଷିତ ମଣିବେ ସେ ଦିଗରେ ଗୁରୁତ୍ୱ ଦିଆଯିବ। ରାଜ୍ୟର ସବୁ ଥାନା ଏବଂ ଫାଣ୍ଡିର ଭିତ୍ତିଭୂମିକୁ ଉନ୍ନତ କରାଯିବ। ରାଜ୍ୟରେ ଖାଲିପଡ଼ିଥିବା ପୋଲିସ୍‌ ପଦ ପଦବୀ ପୂରଣ କରିବା ସହିତ ପୋଲିସ୍‌କୁ ଗ୍ରାସ୍‌ରୁଟ୍‌ ସ୍ତରରେ ମଜଭୁତ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ୧୯୯୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶୁଭା ଶର୍ମା ପ୍ରମୁଖ ସଚିବ ଭାବେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ବିଭାଗୀୟ ଅଧିକାରୀଙ୍କ ସହିତ ସେ ଆଲୋଚନା କରି  କହିଛନ୍ତି, ଜାନୁଆରୀରେ ସମସ୍ତେ କ୍ଷେତ୍ର ପରିଦର୍ଶନ ପାଇଁ ଯୋଜନା କର। ବିଭିନ୍ନ ଯୋଜନାର ସୂକ୍ଷ୍ମସ୍ତରୀୟ ଅନୁଦାନ ଓ ପର୍ଯ୍ୟବେକ୍ଷଣ ସହ ବିଭିନ୍ନ କାର୍ଯ୍ୟକ୍ରମ ସଫଳ ଆୟୋଜନ କରିବାକୁ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri