ଦେବଗଡ଼ ଜିଲା: ୩୩ କେନ୍ଦ୍ରରେ ୩୮୦୯ ଛାତ୍ରୀଛାତ୍ର

ଦେବଗଡ଼,୨୨।୨(ଶଶାଙ୍କ ଶେଖର ଝାଙ୍କର): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ। ଦେବଗଡ଼ ଜିଲାରେ ଚଳିତବର୍ଷ ୩୩ଟି ସେଣ୍ଟର କରାଯାଇଥିବା ବେଳେ ୮୬ଟି ବିଦ୍ୟାଳୟର ୩୮୦୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏ ନେଇ ଗୁରୁବାର ଜିଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର ଆନୁଷ୍ଠାନିକ ଭାବେ ଗଣାମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ପରୀକ୍ଷା ପରିଚାଳନା ପାଇଁ ବାରକୋଟ ବ୍ଲକରେ ୨ଟି, ରିଆମାଳ ବ୍ଲକରେ ୨ଟି ଏବଂ ତିଲେଇବଣି ବ୍ଲକରେ ୨ଟି ନୋଡାଲ ସେଣ୍ଟର କରାଯାଇଥିବା ବେଳେ ବାରକୋଟ ବ୍ଲକର ୧୦ଟି, ରିଆମାଳ ବ୍ଲକର ୧୩ଟି ଏବଂ ତିଲେଇବଣି ବ୍ଲକ ଓ ପୌରାଞ୍ଚଳର ୧୦ଟି ସେଣ୍ଟରରେ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ପୋଲିସର ଉପସ୍ଥିତି ଏବଂ ନୋଡାଲ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ନେତୃତ୍ୱରେ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ନିଆଯିବ । ଚଳିତବର୍ଷ ୩୭୮୦ଜଣ ରେଗୁଲାର, ୫ଜଣ ଏକ୍ସରେଗୁଲାର, ଜଣେ ସିସି, ୮ଜଣ ଏସଆଇଓଏସ ଏବଂ ୧୫ଜଣ ପରୀକ୍ଷାର୍ଥୀ ମଧ୍ୟମାରେ ପରୀକ୍ଷା ଦେବେ। ଦେବଗଡ଼ ଟାଉନ ଉଚ୍ଚ ବିଦ୍ୟାଳୟରେ ଏସଆଇଓଏସ ଏବଂ କୁଣ୍ଢେଇଗୋଳା ଉଚ୍ଚ ବିଦ୍ୟାଳୟରେ ମଧ୍ୟମା ସେଣ୍ଟର କରାଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ୩୩ଟି ସେଣ୍ଟର ମଧ୍ୟରୁ ୬ଟି ସେଣ୍ଟରରେ ସିସି କ୍ୟାମେରା ଖଞ୍ଜା ଯାଇଛି। ପ୍ରତି ସେଣ୍ଟରରେ ପୋଲିସ ବ୍ୟବସ୍ଥା ହୋଇଛି। ଏଥିସହ ଜିଲା ପ୍ରଶାସନ ପକ୍ଷରୁ ମୋବାଇଲ ସ୍କ୍ବାର୍ଡ, ଜିଲା ଶିକ୍ଷା ବିଭାଗ ପକ୍ଷରୁ ଫ୍ଲାଇଂ ସ୍କ୍ବ୍ବାର୍ଡ ଏବଂ ବୋର୍ଡ କର୍ତ୍ତୃପକ୍ଷ ସ୍ବତନ୍ତ୍ର ସ୍କ୍ବାର୍ଡ ଟିମ ଗଠନ କରିଥିବା ଜଣାପଡିଛି। ଜିଲାରେ ଅତିରିକ୍ତ ଜିଲାପାଳ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ନୋଡାଲ ଅଧିକାରୀ ଦାୟିତ୍ୱରେ ଥିବା ବେଳେ ପ୍ରତି ନୋଡାଲ ସେଣ୍ଟର ପାଇଁ ଓଆରଏସସ୍ତରର ଜଣେ ଅଧିକାରୀ ନିଯୁକ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri