ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ

ଦେବଗଡ଼,୩ା୫(ଡି.ଏନ୍‌.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଅଦାଲତରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। କିନ୍ତୁ ବିଧାୟକ ପାଣିଗ୍ରାହୀ ଅସୁସ୍ଥ ହୋଇପଡ଼ିବାରୁ ଜେଲ କର୍ତ୍ତୃପକ୍ଷ ଚିକିତ୍ସା ନିମନ୍ତେ ତାଙ୍କୁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ଜଣାପଡିଛି। ବିଧାୟକଙ୍କ ତିଲେଇବଣି ବ୍ଲକ ନୋମିନି ଅକାଲୁ ଧଳ ଏବଂ ସମର୍ଥକ କୁମରମଣି ସାହୁ ଜେଲ ହାଜତରେ ରହିଛନ୍ତି। ଅଦାଲତ ଜାମିନ ଆବେଦନର ଶୁଣାଣି ପାଇଁ ମେ ୭ ତାରିଖ ଧାର୍ଯ୍ୟ କରିଛନ୍ତି। ଦେବଗଡ଼ ଏସ୍‌ଡିପିଓ ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ୱରେ ଗଠିତ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱରସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରୁ ବିଧାୟକ ପାଣିଗ୍ରାହୀ, ତାଙ୍କ ନୋମିନି ଓ ସମର୍ଥକଙ୍କୁ ଗିରଫ କରିଥିଲା। ସେମାନଙ୍କୁ ଦେବଗଡ଼ ଅଭିମୁଖେ ଆଣୁଥିବା ବେଳେ ବିଧାୟକ ପାଣିଗ୍ରାହୀ ବାଟରେ ହଠାତ ଅସୁସ୍ଥ ହୋଇପଡିଥିଲେ। ଫଳରେ ପୋଲିସ ତାଙ୍କୁ ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ଛତାବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ସାଲାଇନ ଦ୍ୱାରା ଚିକିତ୍ସା ପରେ ସନ୍ଧ୍ୟାରେ ଦେବଗଡ଼ ସ୍ବତନ୍ତ୍ର ଅଦାଲତରେ ତାଙ୍କୁ ହାଜର କରାଯାଇଥିଲା। ମାତ୍ର ଅଦାଲତ ସେମାନଙ୍କର ଜାମିନ ଆବେଦନର ଶୁଣାଣି ନିମନ୍ତେ ଆଗାମୀ ୭ ତାରିଖ ଧାର୍ଯ୍ୟ କରିବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା।
ପ୍ରକାଶ ଯେ, ଗତ ଶନିବାର ଛେପିଲିପାଲି ଗ୍ରାମପଞ୍ଚାୟତର ଭାଲିଆଗୁଡି ଗ୍ରାମରେ ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ବିଧାୟକ ପାଣିଗ୍ରାହୀ ତାଙ୍କର ନୋମିନି ଓ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିବା ସହ ଅପହରଣ ଏବଂ ହତ୍ୟା ଉଦ୍ୟମ କରିଥିବା ଦେବଗଡ଼ ଆଦର୍ଶ ଥାନାରେ ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷରେ ବିଧାୟକ ପାଣିଗ୍ରାହୀଙ୍କୁ ତିଲେଇବଣି ବିଡିଓ ଦଳପତି ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥିବା ବିଧାୟକ ପାଣିଗ୍ରାହୀ ମଧ୍ୟ ଅଭିଯୋଗ କରିଥିଲେ। ଉଭୟ ଏତଲା ଆଧାରରେ ଦେବଗଡ଼ ଆଦର୍ଶ ଥାନା ପୋଲିସ ଉଭୟପକ୍ଷଙ୍କ ବିରୋଧରେ ୨ଟି ପୃଥକ ମାମଲା ରୁଜୁକରି ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri