ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରଛନ୍ତି। ଏପରି ବୀଭତ୍ସ ହତ୍ୟାକାଣ୍ଡ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳରେ ଘଟିଛି। ଅଭିଯୋଗ ପରେ ପୋଲିସ ହତ୍ୟାକାରୀ ପ୍ରେମିକଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।

ସମ୍ବଲପୁର ଜିଲା ନାକଟିଦେଉଳ ଥାନା ବଡଖୋଲ ଗାଁର ଏହି ମହିଳାଜଣକ କିସିଣ୍ଡା ଥାନା ବଳମ ଗାଁର ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ପୁଅ ମଧ୍ୟ ରହିଛି। ସ୍ବାମୀ ଓ ପୁଅ ଥାଉ ଥାଉ ମହିଳାଜଣକ ଜଣକ କିସିଣ୍ଡା ଥାନା ବଲାସିଙ୍ଘା ଗାଁର ଜଣେ ଯୁବକଙ୍କୁ ପ୍ରେମରେ ପଡିଥିଲେ। ଉଭୟ ୨ବର୍ଷ ଧରି ପ୍ରେମ ସମ୍ପର୍କରେ ଥିଲେ। ପ୍ରେମ ସମ୍ପର୍କ ପ୍ରଘଟ ହୋଇଯିବା ସନ୍ଦେହ କରି ମହିଳାଜଣକ ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକଙ୍କ ପାଖକୁ ପଳାଇ ଆସିଥିଲେ।

ପ୍ରେମିକ ପ୍ରମୋଦଙ୍କ ସହ ମହିଳାଜଣକ ଘର ଭଡା ନେଇ ବିଭିନ୍ନ ଅଞ୍ଚଳରେ ରହୁଥିଲେ। ହେଲେ ପରବର୍ତ୍ତୀ ସମୟରେ ସନ୍ଦେହର ଝଡ ନୂଆ ପ୍ରେମପକ୍ଷୀଙ୍କ ଘରକୁ ଉଜାଡି ଦେଇଥିଲା। ଥରେ ବିଳମ୍ବିତ ରାତିରେ ମହିଳାଜଣକ ଶୋଇଥିବାବସ୍ଥାରେ ତାଙ୍କ ପ୍ରେମିକଜଣକ ଏକ ସାଲରେ ବେକରେ ଗୁଡାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାପରେ ସେ ମହିଳାଙ୍କ ମୃତଦେହକୁ ଗାଁଠାରୁ ୫୦ ମିଟର ଦୂରରେ ଥିବା ଏକ ଖେଳ ପଡିଆରେ ଗାତ ଖୋଳି ପୋତି ଦେଇଥିଲେ। ଏଥିରେ ପ୍ରେମିକଙ୍କ ବାପା , ଘର ମାଲିକ ଓ ତାଙ୍କ ପୁଅ ସାହାର୍ଯ୍ୟ କରିଥିଲେ।

ଗତ ଶୁକ୍ରବାର ଅପରାହ୍ନରେ ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ଗାଁ ଲୋକଙ୍କଠାରୁ ଖବର ପାଇ ପୋଲିସ ମାଟି ଖୋଳି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପରେ ମହିଳାଙ୍କ ପରିଚୟ ଜାଣିପରି ପୋଲିସ ଅପରାଧୀଙ୍କ ଖୋଜିବା ପାଇଁ ତଦନ୍ତ ଜାରି ରଖିଥିଲା। ତଦନ୍ତରେ ମହିଳାଙ୍କ ପ୍ରେମିକଙ୍କ ସମେତ ତାଙ୍କ ସହଯୋଗୀଙ୍କୁ ପୋଲିସ ଗିରଫ କରି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?