ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି ଏକ ସମ୍ବେଦନଶୀଳ ଖବର। କୁଣ୍ଢେଇଗୋଳା ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ବିଜ୍ଞାନ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କୁ ଅଶୋଭନୀୟ ବ୍ୟବହାର ଓ ମାନସିକ ନିର୍ଯାତନା ଦେଇଥିବା ନେଇ ସଙ୍ଗୀନ ଅଭିଯୋଗ ହୋଇଛି। ପ୍ରେମ ସପ୍ତାହ ଚାଲିଥିବା ବେଳେ ଶିକ୍ଷକ ଜଣକ ଛାତ୍ରୀମାନଙ୍କୁ ପାଠ ପଢ଼ାଇବା ପରିବର୍ତ୍ତେ ‘ପ୍ରେମର ପାଠ’ ପଢ଼ାଉଥିବା ନେଇ ଅଭିଭାବକମାନେ ଉତ୍ତେଜନା ପ୍ରକାଶ କରିଛନ୍ତି।

ବିଜ୍ଞାନ ଶିକ୍ଷକ ତପନ କୁମାର ମିଶ୍ର ଖାଇବାଛୁଟି ସମୟରେ କେତେକ ଛାତ୍ରୀଙ୍କୁ ‘ଗୁଲଗୁଲା’ ଓ ‘ସିଙ୍ଗଡା’ ଭଳି ଅଶୋଭନୀୟ ଶବ୍ଦରେ ସମ୍ବୋଧନ କରିଥିଲେ। ଏତିକିରେ ସେ ଅଟକି ନ ଥିଲେ। ଛାତ୍ରୀମାନଙ୍କୁ ଆଜି କି ଦିନ ବୋଲି ପଚାରିବା ସହ ‘ହଗ୍ ଡେ’, ‘ପ୍ରପୋଜ୍ ଡେ’ ଏବଂ ‘ଚକୋଲେଟ୍ ଡେ’ ବିଷୟରେ ଅଜବ ପାଠ ପଢ଼ାଇଥିଲେ। ଏପରିକି ସେ ଛାତ୍ରୀମାନଙ୍କୁ ଚକୋଲେଟ୍ ମାଗିବା ସହ ନାଲି ଆଖି ଦେଖାଇ ଧମକାଇଥିବା ମଧ୍ୟ ଅଭିଯୋଗ ହୋଇଛି।

ବୁଧବାର ଛାତ୍ରୀମାନେ ଏ ସମ୍ପର୍କରେ ଘରେ ଜଣାଇବା ପରେ, ଗୁରୁବାର ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି ବିଦ୍ୟାଳୟ ପରିଚାଳନା ସମିତି ସଭାପତି ନାରାୟଣ ସାହୁଙ୍କ ସମ୍ମୁଖରେ ଶିକ୍ଷକଙ୍କ ଉପରେ ବର୍ଷିଥିଲେ। ଏହାକୁ ନେଇ ସ୍କୁଲରେ ଏକ ବୈଠକ ବସିଥିଲା, ଯେଉଁଠାରେ ଶିକ୍ଷକଙ୍କ ଏତାଦୃଶ ଆଚରଣକୁ ନେଇ ତୀବ୍ର ନିନ୍ଦା କରାଯାଇଥିଲା।

ଜିଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର ଏହି ଘଟଣା ସମ୍ପର୍କରେ ଜାଣିବା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କିସାନଙ୍କ ସହ ଆଲୋଚନା କରିଛନ୍ତି। ଆବଶ୍ୟକ ସ୍ଥଳେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଜଣେ ଛାତ୍ରୀଙ୍କ ଅଭିଭାବକ କୁଣ୍ଢେଇଗୋଳା ଥାନାରେ ଶିକ୍ଷକ ତପନ ମିଶ୍ରଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି।

ତେବେ ଏହି ସମସ୍ତ ଅଭିଯୋଗ ଉପରେ ସମ୍ପୃକ୍ତ ଶିକ୍ଷକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ବିଦ୍ୟାଳୟରେ ଶିକ୍ଷକଙ୍କ ଏଭଳି ଆଚରଣ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri