ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି ଏବଂ ଜିଲା କ୍ରୀଡା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କୃତି ସବଜୁନିଅର ବାଳିକା ହକି ଦଳ ଆଜି ଦେବଗଡରେ ପହଂଚିବାପରେ ଜିଲା ବିଜେଡି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

ଜିଲା ଯୁବ ବିଜେଡି ସଭାପତି ପ୍ରତାପ ଦେବ,ବାରକୋଟ ବ୍ଲକ ବିଜେଡି ସଭାପତି ହୀରାଲାଲ ସାହୁ,ବରିଷ୍ଠ ବିଜେଡି ନେତା ମାନସ କୁମାର ପ୍ରଧାନ ଓ ଶରତ ମେହେରଙ୍କ ନେତୃତ୍ୱରେ ବହୁ ବିଜେଡି ଓ ଯୁବ ବିଜେଡି ନେତା ଓ କର୍ମୀ ଏହି ଦଳକୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସୱଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ସେହିପରି ଏହି ଦଳକୁ ଦେବଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲା କ୍ରୀଡା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଦେବଗଡ ଜିଲା କ୍ରୀଡା ଅଧିକାରୀ ତାପସ ରଞ୍ଜନ ମହାନ୍ତ ଓ ଜିଲା କ୍ରୀଡା ସଂସଦର ସମ୍ପାଦକ ଧିରେନ୍ଦ୍ର କୁମାର ନାୟକ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ସୂଚନାଯୋଗ୍ୟ ଯେ, ଉପରୋକ୍ତ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଦେବଗଡ ଜିଲାର ସବ ଜୁନିଅର ବାଳିକା ହକି ଦଳ ପ୍ରଥମ ମ୍ୟାଚରେ ଢେଙ୍କାନାଳ ଜିଲା ହକି ଦଳକୁ ୬-୪ ଗୋଲ, ଦ୍ୱିତୀୟ ମ୍ୟାଚରେ କଳାହାନ୍ଡି ଦଳକୁ ୧୧-୦ ଗୋଲରେ ପରାସ୍ତ କରିଥିଲା। ତେବେ ଲିଗ ପର୍ଯ୍ୟାୟ ତୃତୀୟ ମ୍ୟାଚରେ ସୁନ୍ଦରଗଡ ଦଳଠାରୁ ୬-୦ ଗୋଲରେ ପରାସ୍ତ ହୋଇଥିଲା। ନକ ଆଉଟ ଷ୍ଟେଜରେ ଏସଏମଏସ ହକି ଏକାଡେମୀକୁ ୫-୦ ଗୋଲରେ ପରାସ୍ତ କରି ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିବାସହ ଏକ ଲକ୍ଷ ଟଙ୍କାର ପୁରସ୍କାର ହାସଲ କରିଥିଲା। ସେହିପରି ଖେଳାଳି ସୀମା ଏକ୍କା ଶ୍ରେଷ୍ଠ ମଧ୍ୟକ୍ରମ ଖେଳାଳି ବିବେଚିତ ହୋଇଥିବା ବେଳେ ଦଳର ପ୍ରଶିକ୍ଷକ ସୁଧିର କୁଜୁର ଶ୍ରେଷ୍ଠ ପ୍ରଶିକ୍ଷକ ବିବେଚିତ ହୋଇ ଜିଲା ପାଇଁ ଗୌରବ ଆଣିଥିଲେ । ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସୁନାମଧନ୍ୟ ହକି ପ୍ରଶିକ୍ଷକ ବେଲାସ ଏକ୍କା, ଦୀପକ ଏକ୍କା ଓ ବିନୟ ସୁରୀନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri