ଦେବଗଡ଼ରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଆଜି ଦେବଗଡ଼ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଏହା ସହ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ୍‌ କରାଯାଇଛି । ଏଥିରେ ଜିଲାର ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଓ ଗମନାଗମନ ପ୍ରକଳ୍ପ ମଧ୍ୟ ସାମିଲ ଅଛି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲାରେ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରତି ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଜିଲାରେ ୩୦୦ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ହସ୍ପିଟାଲ ନିର୍ମାଣରେ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡ଼ବାସୀ ଉତ୍ତମ ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଶିକ୍ଷାର ବିକାଶ ଲାଗି ୫-ଟି କାର୍ଯ୍ୟକ୍ରମରେ ଜିଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ। ୩ଟି ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲାର ତିନୋଟି ବ୍ଲକକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri