Posted inଜାତୀୟ

ଭାଜପା ବିଧାୟକଙ୍କ ପରଲୋକ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ଦେଓରିଆର ଭାଜପା ବିଧାୟକ ଜନ୍ମେଜୟ ସିଂହଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବ ରାତିରେ ଲକ୍ଷ୍ନୌ ସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ହୋଇଥିଲା। ଗତ କିଛି ଦିନରୁ ସେ ରୋଗାଗ୍ରସ୍ତ ଥିଲେ। କିନ୍ତୁ ଗୁରୁବାର ରାତିରେ ହୃଦ୍‌ଘାତ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ମୃତ୍ୟୁ ଖବରରେ ନିର୍ବଚାଚନ ମଣ୍ଡଳୀ ଦେଓରିଆରେ ଶୋକର ଛାୟା ଖେଳିଯାଇଛି। ଜନ୍ମେଜୟଙ୍କ ନିଧନ ଖବର ଶୁଣି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଏଥିସହ ଲେଖିଛନ୍ତି ଦଳ ଆଜି ଜଣେ ଉତ୍ସଗୀକୃତ କର୍ମକର୍ତ୍ତା ଓ ଜନସାଧାରଣ ନିଜ ପ୍ରକୃତ ବନ୍ଧୁଙ୍କୁ ହରାଇଛନ୍ତି। ଭଗବାନ ରାମ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ଆଦିତ୍ୟନାଥ କହିଛନ୍ତି। ସେହିପରିିି ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ମଧ୍ୟ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ଟୁଇଟ କରି କହିଛନ୍ତି, ଜନ୍ମେଜୟଙ୍କ ନିଧନ ଅତ୍ୟନ୍ତ ଦୁଃଖଦାୟକ। ଅନ୍ୟପଟେ ଶୁକ୍ରବାର ଲକ୍ଷ୍ନୌରୁ ଜନ୍ମେଜୟଙ୍କ ପାର୍ଥିବ ଶରୀର ଦେଓରିଆ ସ୍ଥିତ ବାସଭବନକୁ ଅଣାଯାଇଛି। ସେଠାରେ ତାଙ୍କ ଅନ୍ତିମ ଦର୍ଶନ ପାଇଁ ଭାଜପା କର୍ମକର୍ତ୍ତା ଓ ସମର୍ଥକଙ୍କ ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri