ନୂଆବର୍ଷରେ ରୁପା ପରଭା, ଛତରରେ ସଜ୍ଜିତ ହେଲେ ମା’ ସମଲେଶ୍ୱରୀ

ସମ୍ବଲପୁର,୧ା୧(ବି.ଶଙ୍କର): ନୂଆବର୍ଷକୁ ଦୃଷ୍ଟିରେ ରଖି ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଭକ୍ତଙ୍କ ଦର୍ଶନ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମା’ଙ୍କ ସ୍ଥିର ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୫ଟାରେ ମଙ୍ଗଳ ଆଳତି ଶେଷ ପରେ ସକାଳ ୬ଟାରେ ଭକ୍ତମାନଙ୍କ ଦର୍ଶନ ସକାଶେ ମୁଖ୍ୟଦ୍ୱାର ଖୋଲା ଯାଇଥିଲା। ସେହିପରି ନବବର୍ଷରେ ମା’ଙ୍କୁ ରୁପାରେ ନିର୍ମିତ ପରଭା ଓ ଛତରରେ ସଜ୍ଜିତ କରାଯାଇଛି। ଶ୍ରଦ୍ଧାଳୁ ଧାଡିରେ ଆସି ମା’ଙ୍କ ଦର୍ଶନ କରି ୨୦୨୪ ସୁଖ, ସମୃଦ୍ଧିର ବର୍ଷ ହେଉ ବୋଲି ଆଶୀର୍ବାଦ ଭିକ୍ଷା କରିଛନ୍ତି।

ପୂର୍ବାହ୍ନ ୧୧ଟା୪୫ରୁ ଅପରାହ୍ନ ୧୨ଟା୧୫ ପର୍ଯ୍ୟନ୍ତ ଦେବୀଙ୍କ ଠାରେ ଅନ୍ନଭୋଗ ନୀତି କରାଯାଇଥିଲା। ଏହି ସମୟରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ଅନ୍ନଭୋଗ ନୀତି ହେବା ପରେ ପୁଣି ଭକ୍ତମାନେ ମା’ଙ୍କ ଦର୍ଶନ କରିଥିଲେ।

ଏପରିକି ସନ୍ଧ୍ୟା ୭ଟା ୪୫ ରୁ ୮ଟା୩୦ ପର୍ଯ୍ୟନ୍ତ ସନ୍ଧ୍ୟା ଆଳତି ପାଇଁ ଦର୍ଶନ ବନ୍ଦ ରହିବ। ଆଳତି ପରେ ପୁଣି ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ ବୋଲି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ କୁହାଯାଇଛି। ରାତ୍ର ୯ଟା ରୁ ୯ଟା ୨୦ଟା ପର୍ଯ୍ୟନ୍ତ ରାତ୍ର ଅନ୍ନ ଭୋଗ ପାଇଁ ଦର୍ଶନ ବନ୍ଦ ରହିବ। ରାତ୍ର ୧୦ଟାରେ ମା’ ସମଲେଶ୍ୱରୀଙ୍କ ପହଡ଼ ନୀତି ହେବ ବୋଲି ସଭାପତି ସଞ୍ଜୟ କୁମାର ବାବୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri