କେନ୍ଦ୍ରର ତାଗିଦ ପରେ ଉତ୍ତର ରଖିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ଓଡ଼ିଶାରେ ଟେଷ୍ଟିଂ କମିବା ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାକୁ ନେଇ ଶନିବାର କେନ୍ଦ୍ର ସରକାର ଉଦବେଗ୍‌ ପ୍ରକାଶ କରିବା ପରେ ରବିବାର ସ୍ବାସ୍ଥ୍ୟ ବିଭାଗ ପ୍ରତିକ୍ରିୟା ରଖିଛି। ଏହି ସମ୍ପର୍କରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, କେନ୍ଦ୍ର ସରକାର ଯେଉଁ ତଥ୍ୟ ଦେଇଛନ୍ତି ତାହା ଗତ ସପ୍ତାହର ତଥ୍ୟ। ବର୍ଷା ଯୋଗୁ ରାଜ୍ୟରେ କିଛି ମାତ୍ରାରେ ଟେଷ୍ଟିଂ କମିଥିଲା। କିନ୍ତୁ ଶନିବାରଠାରୁ ଟେଷ୍ଟିଂ ହାର ପୁଣି ବଢ଼ାଯାଇଛି। ୬ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିଲା। ତେବେ ଏଥିରେ ପୁଣି ହ୍ରାସ ପରିଲଖିତ ହୋଇଛି। ହାରାହାରି ସଂଖ୍ୟା ଉପରେ ନଜର ପକାଇଲେ ବି ଓଡ଼ିଶା ଜାତୀୟ ହାର ତୁଳନାରେ ଆଗରେ ରହିଛି ବୋଲି ସେ କହିଛନ୍ତି।

ପ୍ରତି ୧ ଲକ୍ଷରେ ଦେଶରେ ୨,୬୮୫ ଟେଷ୍ଟ ହେଉଥିବା ବେଳେ ରାଜ୍ୟରେ ୪,୫୪୨ ଟେଷ୍ଟିଂ ହେଉଛି। ସଂକ୍ରମଣ ଜାତୀୟ ହାର ୧.୧ ପ୍ରତିଶତ ଥିବା ଓଡ଼ିଶାରେ ୦.୪ ପ୍ରତିଶତ ରହିଛି। ସେହପରି ମୃତ୍ୟୁହାର ଜାତୀୟସ୍ତରରେ ୧.୩ ପ୍ରତିଶତ ଥିବା ବେଳେ ଓଡ଼ିଶାରେ ୦.୮ ପ୍ରତିଶତ ରହିଛି। ତେଣୁ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। କିନ୍ତୁ ଏଥିରେ ଖୁସୀ ହୋଇ ଢିଲା ମାରିବା ନାହିଁ। ଏବେ ବି କରୋନା ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପଡ଼ିବ ବୋଲି ସେ ପରାଶର୍ମ ଦେଇଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ସମେତ ୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର କେତେକ ଜିଲାରେ ଟେଷ୍ଟିଂ କମିବା ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତାବ୍ୟକ୍ତ କରିବା ସହିତ ତାଗିଦ୍‌ କରିଥିଲା। ଓଡ଼ିଶାରେ ଗତ ୧୪ ଦିନ ମଧ୍ୟରେ ଢେଙ୍କାନାଳ ଜିଲାରେ ସଂକ୍ରମଣ ହାର ୬୬୬ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ କନ୍ଦମାଳରେ ୨୫୦ ପ୍ରତିଶତ, ନବରଙ୍ଗପୁରରେ ୧୫୦, କେନ୍ଦୁଝରରେ ୧୦୯, ଅନୁଗୋଳରେ ୯୫, ବଲାଙ୍ଗୀରରେ ୭୫ ପ୍ରତିଶତ ବଢ଼ିଥିବା କେନ୍ଦ୍ର ଦର୍ଶାଇଥିଲା। ତେଣୁ ସଂକ୍ରମଣ ରୋକିବାକୁ ଟେଷ୍ଟିଂ, ଟ୍ରାକିଂ, ଚିକିତ୍ସା ଓ ଟିକାକରଣକୁ ବଢ଼ାଇବାକୁ କେନ୍ଦ୍ର ସରକାର ଓଡ଼ିଶା ସମେତ ଅନ୍ୟ ରାଜ୍ୟଗୁଡ଼ିକୁ ମଧ୍ୟ ପରାମର୍ଶ ଦେଇଥିଲେ। କେନ୍ଦ୍ର ସରକାରଙ୍କ ଏଭଳି ଉଦ୍‌ବେଗ ପ୍ରକାଶ ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତା’ର ଉତ୍ତର ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri