ପୁନରୁଦ୍ଧାର ହେଲା, ଗେଟ୍‌ ଲାଗିଲାନି

ଲୋଇସିଂହା,୨୫।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ବଙ୍ଗାବାହାଲ ଗଁାରେ ରହିଛି ଦେହେରୀ କଟାଁ। ୨୦ଏକର ପରିମିତ ଏହି ଜଳାଶୟର ପୁନରୁଦ୍ଧାର ଚଳିତ ବର୍ଷ ୨୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କରାଯାଇଛି। ହେଲେ ବନ୍ଧର ଜଳ ନିଷ୍କାସନ ପଥରେ ଗେଟ ଏଯାଏ ଲଗାଯାଇନାହିଁ । ଫଳରେ ଜଳାଶୟର ପାଣି ନିଷ୍କାସନ ପଥ ଦେଇ ଅଯଥାରେ ବାହାରକୁ ଚାଲି ଯାଉଛି। ବିଭାଗୀୟ ଅପାରଗତାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।

ବଙ୍ଗାବାହଲ ଗାଁମୁଣ୍ଡରେ ଥିବା ଦେହେରୀ କଟାଁ ବଲାଙ୍ଗୀର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ରହିଛି। ଚଳିତ ବର୍ଷ ବିଭାଗ ପକ୍ଷରୁ ପ୍ରାୟ ୨୦ଲକ୍ଷ ଟଙ୍କା ପୁନରୁଦ୍ଧାରରେ ଖର୍ଚ୍ଚ କରାଯାଇଥିଲେ ହେଁ ଅନୁଦାନ ମୁତାବକ କାମ ହୋଇ ନ ଥିବା ଗ୍ରାମବାସୀ କହିଛନ୍ତି। ପ୍ରକଳ୍ପର ନିଷ୍କାସନ ପଥରେ ଏକ ଗେଟ ଲାଗିବାକୁ ଥିଲା । ହେଲେ ଠିକାଦାର ଗେଟ ନ ଲଗାଇ ଚାଲି ଯାଇଛନ୍ତି। ଏବେ ଲଘୁଚାପଜନିତ ବର୍ଷା ଲାଗିରହିଛି । ବର୍ଷା ହେବା ଫଳରେ ପ୍ରକଳ୍ପରେ ପାଣି ସଂରକ୍ଷିତ ହେବାରେ ଲାଗିଛି। ହେଲେ ଗେଟ ଲାଗି ନ ଥିବାରୁ ବର୍ଷା ପାଣି ସଂରକ୍ଷିତ ନ ରହି ନିଷ୍କାସନ ପଥରେ ବୋହି ଯାଉଛି। ଏଥିଯୋଗୁ ଆଗାମୀ ଦିନରେ ବର୍ଷା କମିଗଲେ ଦେହୁରୀ କଟାଁ ଶୁଖିଲା ପଡିବ। ବିଳମ୍ବିତ ଚାଷ ହୋଇଥିବାରୁ ପରିବର୍ତ୍ତୀ ସମୟରେ ବର୍ଷା ନ ହେଲେ ପ୍ରକଳ୍ପ ତଳମୁଣ୍ଡରେ ଥିବା ଚାଷଜମି ପ୍ରଭାବିତ ହେବା ନିଶ୍ଚିତ। ଗେଟ ପାଇଁ ଚାଷ ଓ ଚାଷୀ କ୍ଷତିଗ୍ରସ୍ତ ହେବେ ବୋଲି ବଙ୍ଗାବାହାଲ ଗ୍ରାମର ଚାଷୀ ଅଭିଯୋଗ କରିଛନ୍ତି। ବର୍ଷା ସରିଲା ପରେ ପ୍ରକଳ୍ପରେ ଗେଟ ଲାଗିବ କି ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri