ବିଭାଗୀୟ ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୯ା୬: ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ମାଲବାହୀ ବଗିରେ କଟି ୬ ଜଣଙ୍କ ମୃତ୍ୟୁ ଓ ୨ ଜଣ ଗୁରୁତର ଆହତ ଘଟଣାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଖୋର୍ଦ୍ଧା ପୂର୍ବତଟ ରେଳ ଡିଭିଜନ ସୁରକ୍ଷା ବିଭାଗର ଏକ ୪ ଜଣିଆ ଟିମ୍‌ ଗୁରୁବାର ଘଟଣାସ୍ଥଳକୁ ଏକାଧିକ ଥର ଯାଇ ତଦନ୍ତ କରି ଫେରିଛନ୍ତି। ତେବେ ଏହି ଘଟଣାକୁ ଡିଆର୍‌ଏମ୍‌ ସିଙ୍କେଶ ରୟ ଅତି ହାଲୁକା ଭାବେ ନେଇ କେହି ଜଣେ ହ୍ୟାଣ୍ଡିଲ ପୂର୍ବରୁ ଖୋଲି ଦେଇଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଲା ବୋଲି କହିଛନ୍ତି। ଯଦି ଏହା ସତ୍ୟ, ତେବେ ସୁରକ୍ଷା ବିଭାଗ କର୍ମଚାରୀମାନେ କାହିଁକି ନିୟମିତ ଭାବେ ତଦାରଖ କରୁ ନ ଥିଲେ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ତେବେ ଅଚଳ ଲାଇନର ଶେଷ ଭାଗରେ ଥିବା ପାଚେରିକୁ ଲାଗି ଅନ୍ୟ ଏକ ଭଙ୍ଗା ବଗି ଚକରେ ପବନରେ ଗଡି ଯାଇଥିବା ମାଲବାହୀ ବଗିଗୁଡିକ ପିଟି ହେବା ଫଳରେ ସମ୍ମୁଖ ବଗି ସାମାନ୍ୟ ଲାଇନଚ୍ୟୁତ ହୋଇ ଡାହାଣକୁ ବଙ୍କି ଯାଇଛି। ଯଦି ନିକଟସ୍ଥ ରେଳଲାଇନରେ ଉକ୍ତ ବଗି ପଡି ଯାଇଥାନ୍ତା, ତେବେ ପୁଣି ଏକ ବଡ଼ ରେଳ ଦୁର୍ଘଟଣା ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ପାରି ନ ଥାଆନ୍ତା ବୋଲି ମତପ୍ରକାଶ ପାଇଛି। ଅନ୍ୟପକ୍ଷେ ମୃତକଙ୍କ ପରିବାରବର୍ଗଙ୍କୁ ରାଜ୍ୟ ସରକାର ୫ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିବାବେଳେ ଏଯାଏ କେନ୍ଦ୍ର ସରକାର ନୀରବ ରହିଥିବା ଘଟଣାକୁ ଜିଲାବାସୀ ସହଜେ ଗ୍ରହଣ କରି ପାରିନାହାନ୍ତି। ତେଣୁ ବିଭିନ୍ନ ସାମାଜିକ ସଙ୍ଗଠନ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଘୋଷଣା କରିବାକୁ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି ା ବାହାନଗା ଟ୍ରେନ ଦୁର୍ଘଟଣାରେ ୨ ଜଣ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହି ପରିଚାଳନା କରିଥିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। କିନ୍ତୁ ଯାଜପୁର ଜିଲାର ୬ ଜଣ ଶ୍ରମିକ ବଗି ଚକରେ କଟି ମୃତ୍ୟୁ ହୋଇଥିଲେ ମଧ୍ୟ କାହିଁକି ନୀରବ ରହିଛନ୍ତି ତାହା ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ଘଟଣାରେ ସମସ୍ତ ମୃତକ ଯାଜପୁର ଜିଲାର । ଏଥିରେ ଗୋଟିଏ ପରିବାରର ୩ ଜଣ ରହିଛନ୍ତି। ସେମାନେ ହେଲେ କୋରେଇ ବ୍ଲକ ବାଲିଆପାଳ ଗ୍ରାମର ସୁଶାନ୍ତ କୁମାର ଜେନା, ପ୍ରଶାନ୍ତ କୁମାର ଜେନା ଓ ଭୀମସେନ ଜେନା। ସେହିପରି ଗମ୍ଭାରିଆ ଗ୍ରାମର ମାନସ ସାମଲ, ଗୌତମ ସାମଲ, ମୁକୁନ୍ଦପୁର ଗ୍ରାମର ଦୋଳଗୋବିନ୍ଦ ପ୍ରଧାନ ଅନ୍ତର୍ଭୁକ୍ତ । ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ବାହାପୁର ଗ୍ରାମର ନବଘନ ବାରିକ ଓ ଗମ୍ଭାରିଆ ଗ୍ରାମର ଅମର କୁମାର ସାହୁ ଗୁରୁତର ଆହତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri