ଟଙ୍କା ପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିଲା। ଏନେଇ ଜିଲାପାଳଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆର୍ଥତ୍କ ଅନିୟମିତତାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)କୁ ସୁପାରିସ କରିଛନ୍ତି। ଜିଲାପାଳ ହେଉଛନ୍ତି ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି)ର ମୁଖ୍ୟ ପ୍ରଶାସକ। ତେବେ ଜମାକାରୀ ଟଙ୍କା ଫେରି ପାଇବା ନେଇ ଜିଲାପାଳ କୌଣସି ସ୍ପଷ୍ଟ ମତ ରଖିନାହାନ୍ତି। ଫଳରେ ଜମାକାରୀ ଟଙ୍କା ଫେରି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି।
ହେଉଛି ବୁଣାକାର କାରିଗରଙ୍କ ଗ୍ରାମ। ଲୁଗା ବୁଣିଲେ ଗ୍ରାମବାସୀଙ୍କ ପରିବାର ଚଳେ। ମୁଣ୍ଡ ଝାଳ ତୁଣ୍ଡରେ ମାରି କଷ୍ଟ ଉପାର୍ଜିତ ଧନକୁ ସ୍ଥାନୀୟ କେସିସିବି ଶାଖାରେ ରଖିଥିଲେ। ତେବେ ଜମାକାରୀଙ୍କ ଲକ୍ଷାଧିକ ଟଙ୍କାକୁ କର୍ମଚାରୀଙ୍କ ସହ ମିଶି ଜଣେ ଅବସରପ୍ରାପ୍ତ ଅଧିକାରୀ ଚଳୁ କରିଦେଇଛନ୍ତି। ଏହି ଆର୍ଥତ୍କ ଅନିୟମିତତା ପଛରେ ଏକାଧିକଙ୍କ ହାତ ରହିଥିବା ଜଣାପଡ଼ିଛି। ଘଟଣା ଜଣାପଡ଼ିବା ପରେ ନିଜ ଉପରୁ ଦୋଷ ଖସାଇବାକୁ ଉଦ୍ୟମ ଚାଲିଛି। ତେବେ ଜଣେ ଅଧିକାରୀ ଉକ୍ତ ଶାଖାରୁ ଅବସର ଗ୍ରହଣ ପରେ କିପରି ଓ କାହା ପ୍ରୋତ୍ସାହନରେ ବ୍ୟାଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରୁଥିଲେ, ତାହାକୁ ନେଇ ଏବେ ପ୍ରଶ୍ନ ସୃଷ୍ଟି ହୋଇଛି। ଦୀର୍ଘଦିନ ଧରି ଆର୍ଥତ୍କ ଅନିୟମିତା ଚାଲିଥିବା ବେଳେ କେସିସିବିର ଉପରିସ୍ଥ ଅଧିକାରୀମାନେ କିପରି କିଛି ଜାଣିପାରିଲେନି ତାହା ବିସ୍ମୟ ସୃଷ୍ଟି କରିଛି। ଘଟଣାକୁ ଚାପି ଦେବା ଲାଗି ଷଡ଼ଯନ୍ତ୍ର ଚାଲିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉପଯୁକ୍ତ ସମୟରେ ଆର୍ଥିକ ସମୀକ୍ଷା କରାଯାଇଥିଲେ, ହୁଏତ ଏଭଳି ଘଟଣା ଘଟି ନ ଥାନ୍ତା ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ଅଭିଯୋଗ ପରେ କେସିସିବି ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଅନନ୍ତ ସାମଲ ବ୍ୟାଙ୍କକୁ ଯାଇ କାଗଜପତ୍ର ଅନୁଧ୍ୟାନ କରିଛନ୍ତି। ସିଇଓଙ୍କ ପ୍ରାଥମିକ ରିପୋର୍ଟ ଭିତ୍ତିରେ ଜିଲାପାଳ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ମାମଲା ରୁଜୁ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜମାକାରୀ କିପରି ଟଙ୍କା ଫେରିପାଇବେ, ତାହା ଉପରେ ଅଦ୍ୟାବଧି ବ୍ୟାଙ୍କ କର୍ତ୍ତୃପକ୍ଷ କିମ୍ବା ଜିଲାପାଳ କେହି ଗୁରୁତ୍ୱ ଦେଉ ନ ଥିବା ଗ୍ରାମବାସୀ ଗଣମାଧ୍ୟମ ଆଗରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରାଉତପଡ଼ା ବ୍ୟାଙ୍କ ଶାଖାର ପୂର୍ବତନ ହିସାବ ରକ୍ଷକ ବୁଦ୍ଧିରାମ ଦାସ ଦୁଇବର୍ଷ ତଳେ ଅବସର ଗ୍ରହଣ ପରେ ମଧ୍ୟ ଏଠାରେ କାର୍ଯ୍ୟ କରୁଥିଲେ। ଫଳରେ ଲୋକଙ୍କ ବିଶ୍ୱାସଭାଜନ ହୋଇଥିଲେ। ଗ୍ରାମବାସୀଙ୍କ ଅନଭିଜ୍ଞତା କାରଣରୁ ବ୍ୟାଙ୍କ ସମ୍ପର୍କିତ ବିଭିନ୍ନ କାର୍ଯ୍ୟରେ ସେ ସହଯୋଗ କରୁଥିଲେ। ତେବେ ଜମାକାରୀଙ୍କ ସରଳ ବିଶ୍ୱାସର ସୁଯୋଗ ନେଇ ସେ ସ୍ଥାୟୀ ଜମା ଓ ସଞ୍ଚୟ ଜମା ପ୍ରମାଣପତ୍ର ପ୍ରଭୃତି ନବୀକରଣ ଆଳରେ ବ୍ୟାଙ୍କ ଜାଲ୍‌ ପ୍ରମାଣପତ୍ର ଦେଇ ଓ ଜାଲ୍‌ ସ୍ବାକ୍ଷର କରି ୧.୫୦ କୋଟି ଟଙ୍କା ଆତ୍ମସାତ କରିଛନ୍ତି। ଦୁଇ ସପ୍ତାହ ତଳେ କେତେଜଣ ଗ୍ରାମବାସୀ ଜମାପୁଞ୍ଜିର ବିବରଣୀ ଜାଣିବାକୁ ଶାଖା କାର୍ଯ୍ୟାଳୟକୁ ଯାଇଥିବା ବେଳେ କୌଣସି ବିବରଣୀ ପାଇ ନ ଥିଲେ। ସେମାନେ ଏନେଇ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଭିଯୋଗ ପରେ ବିଭାଗ ପକ୍ଷରୁ ଅନୁସନ୍ଧାନ କରାଯିବାରୁ ଟଙ୍କା ଆତ୍ମସାତ ହୋଇଥିବା ଜଣାପଡ଼ିଥିଲା। ଏହାସତ୍ତ୍ୱେ ସମ୍ପୃକ୍ତ କର୍ମଚାରୀ ଏବଂ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଫଳରେ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ସହ ଜମାକାରୀଙ୍କ ଟଙ୍କା ନ ଫେରାଇଲେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?