ମିଳୁନି ଜମାକାରୀଙ୍କ ଟଙ୍କା, ଆନ୍ଦୋଳନ ଚେତାବନୀ

ବେଗୁନିଆ,୨୧ା୨(ଡି.ଏନ୍‌.ଏ.): କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଡାକରାରେ ରବିବାର ଖୋର୍ଦ୍ଧା ଜିଲା ବେଗୁନିଆ ବଜାରସ୍ଥିତ ମା’ଦୁର୍ଗା ଦେବୀଙ୍କ ପୀଠ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ରାଜ୍ୟ ସମ୍ପାଦକ ମଧୁସୂଦନ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବେଗୁନିଆ ବ୍ଲକ ଅଞ୍ଚଳର ବହୁ କ୍ଷତିଗ୍ରସ୍ତ ଜମାକାରୀ ଯୋଗଦେଇଥିଲେ। ଘରୋଇ କମ୍ପାନୀଙ୍କ ଠାରୁ କିପରି ଟଙ୍କା ଫେରିପାଇବେ ସେ ନେଇ ଆଲୋଚନା କରାଯାଇଥିଲା। ଆସନ୍ତା ୭ଦିନ ମଧ୍ୟରେ ଟଙ୍କା ନ ଫେରାଗଲେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରାଯିବ ବୋଲି ଜମାକରୀମାନେ ଚେତାବନୀ ଦେଇଛନ୍ତି। ଏନେଇ ସୋମବାର ଏକ ପତ୍ର ଜିଲାପାଳ ଓ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ। ସୂଚନାଥାଉ କି, ବେଗୁନିଆ ଅଞ୍ଚଳରୁ ଅନେକ ଘରୋଇ ଅର୍ଥ ଲାଗାଣକାରୀ ସଂସ୍ଥା ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଯାଇଛନ୍ତି। ଦୀର୍ଘ ୮ବର୍ଷ ହେବ ଜମାକାରୀମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ୨୦୧୩ରୁ ଲଢ଼େଇ ଜୋରଦାର କରୁଥିବା ମିଳିତ ମଞ୍ଚର ଦାବିକୁ ସରକାର ଶୁଣିଥିଲେ। ୩୦୦କୋଟି ଟଙ୍କାର କପର୍ସଫଣ୍ଡ ଗଠନ କରି ବହୁ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି କରିଥିଲେ। ଜମାକାରୀଙ୍କ ଟଙ୍କା ଏବେ ଯାଏ ଫେରିପାଇ ନ ଥିବା ଜଣାପଡ଼ିଛି। ବୈଠକରେ ଅନୁରାଧା ସୁବୁଦ୍ଧି, ଦୟାନିଧି ସାହୁ, ରିନାରାଣୀ ବଳବନ୍ତରାୟ, ନଳିନୀ ସାହୁ, ଗୀତାଞ୍ଜଳି ସ୍ବାଇଁ, ପ୍ରଦୀପ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri