ମିଳୁନି ଜମାକାରୀଙ୍କ ଟଙ୍କା, ଆନ୍ଦୋଳନ ଚେତାବନୀ

ବେଗୁନିଆ,୨୧ା୨(ଡି.ଏନ୍‌.ଏ.): କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଡାକରାରେ ରବିବାର ଖୋର୍ଦ୍ଧା ଜିଲା ବେଗୁନିଆ ବଜାରସ୍ଥିତ ମା’ଦୁର୍ଗା ଦେବୀଙ୍କ ପୀଠ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ରାଜ୍ୟ ସମ୍ପାଦକ ମଧୁସୂଦନ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବେଗୁନିଆ ବ୍ଲକ ଅଞ୍ଚଳର ବହୁ କ୍ଷତିଗ୍ରସ୍ତ ଜମାକାରୀ ଯୋଗଦେଇଥିଲେ। ଘରୋଇ କମ୍ପାନୀଙ୍କ ଠାରୁ କିପରି ଟଙ୍କା ଫେରିପାଇବେ ସେ ନେଇ ଆଲୋଚନା କରାଯାଇଥିଲା। ଆସନ୍ତା ୭ଦିନ ମଧ୍ୟରେ ଟଙ୍କା ନ ଫେରାଗଲେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରାଯିବ ବୋଲି ଜମାକରୀମାନେ ଚେତାବନୀ ଦେଇଛନ୍ତି। ଏନେଇ ସୋମବାର ଏକ ପତ୍ର ଜିଲାପାଳ ଓ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ। ସୂଚନାଥାଉ କି, ବେଗୁନିଆ ଅଞ୍ଚଳରୁ ଅନେକ ଘରୋଇ ଅର୍ଥ ଲାଗାଣକାରୀ ସଂସ୍ଥା ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଯାଇଛନ୍ତି। ଦୀର୍ଘ ୮ବର୍ଷ ହେବ ଜମାକାରୀମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ୨୦୧୩ରୁ ଲଢ଼େଇ ଜୋରଦାର କରୁଥିବା ମିଳିତ ମଞ୍ଚର ଦାବିକୁ ସରକାର ଶୁଣିଥିଲେ। ୩୦୦କୋଟି ଟଙ୍କାର କପର୍ସଫଣ୍ଡ ଗଠନ କରି ବହୁ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି କରିଥିଲେ। ଜମାକାରୀଙ୍କ ଟଙ୍କା ଏବେ ଯାଏ ଫେରିପାଇ ନ ଥିବା ଜଣାପଡ଼ିଛି। ବୈଠକରେ ଅନୁରାଧା ସୁବୁଦ୍ଧି, ଦୟାନିଧି ସାହୁ, ରିନାରାଣୀ ବଳବନ୍ତରାୟ, ନଳିନୀ ସାହୁ, ଗୀତାଞ୍ଜଳି ସ୍ବାଇଁ, ପ୍ରଦୀପ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri