ଜମାକାରୀଙ୍କୁ ବ୍ୟାଙ୍କରୁ ମିଳୁନି ଟଙ୍କା: ବ୍ୟାଙ୍କ ସମ୍ମୁଖରେ ଧାରଣା ପାଇଁ ଚେତାବନୀ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ମୁଖ୍ୟରାସ୍ତା କଡ଼ରେ ଥିବା ୟୁନିୟନ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ବହୁ ସଂଖ୍ୟକ ଜମାକାରୀଙ୍କ ଟଙ୍କା ମିଳୁ ନ ଥିବା ଅଭିଯୋଗ ହୋଇଛି। ଅନେକ ଜମାକାରୀଙ୍କ ସ୍ଥାୟୀ ଜମା ରାଶି ମେଚ୍ୟୁରିଟି ହୋଇସାରିଥିଲେ ମଧ୍ୟ ସେମାନଙ୍କୁ ବ୍ୟାଙ୍କ କର୍ତ୍ତୃପକ୍ଷ ପ୍ରାପ୍ୟ ଅର୍ଥରାଶି ପ୍ରଦାନ କରୁନାହାନ୍ତି। ଏ ନେଇ ସୋମବାର ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ଜମାକାରୀ ଦିଗପହଣ୍ଡି ଥାନାରେ ପହଞ୍ଚି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ସାକ୍ଷାତ କରି ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ମଙ୍ଗଳବାର ସୁଦ୍ଧା ଜମା ଟଙ୍କା ନମିଳିଲେ ଜମାକାରୀ ମାନେ ସମ୍ପୃକ୍ତ ବ୍ୟାଙ୍କ ଶାଖା ସମ୍ମୁଖରେ ଧାରଣା ଦେବେ ବୋଲି ସ୍ମାରକପତ୍ରର ଉଲ୍ଲେଖ ରହିଛି। ବ୍ୟାଙ୍କ ବହୁ ସଂଖ୍ୟକ ଜମାକାରୀ ଜମାଖତାରୁ ୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରାଯାଇଥିବା ନେଇ ବହୁ ସଂଖ୍ୟକ ଜମାକାରୀ ଅଭିଯୋଗ କରିଥିଲେ। ବ୍ୟାଙ୍କ ଶାଖା ପରିଚାଳକ ପି. ପ୍ରଦୀପ କୁମାରଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଗତ ଜୁନ ୨୪ରେ ମାମଲା ନଂ.୨୩୨/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ପରେ ଏହି ବ୍ୟାଙ୍କ ଠକେଇର ମାଷ୍ଟର ମାଇଣ୍ଡ ବ୍ୟାଙ୍କ କିରାଣି ଦିଗପହଣ୍ଡି କୋର୍ଟ କଲୋନୀର ମୂଳ ବାସିନ୍ଦା ତଥା ଗୋପାଳପୁର ଥାନା ଆମ୍ବପୁଆ ବସନ୍ତ ବିହାର ୪ ର୍ଥ ଲେନ୍‌ର ଏସ. ପ୍ରୀୟମ ପ୍ରଥମ ସାବତଙ୍କ ଗିରଫକରି କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତ ପ୍ରଥମ ଗତ ୨୦୨୪ରେ ଏହି ବ୍ୟାଙ୍କ ଶାଖାରେ କନିଷ୍ଠ କିରାଣି ଭାବେଯୋଗ ଦେଇଥିଲେ। ପରେ ତାଙ୍କୁ ବ୍ୟାଙ୍କ ରେକର୍ଡ଼ , ନୂଆ ଜମାଖାତା ଖୋଲିବା ଏବଂ ବିଭିନ୍ନ ଜମାକାରୀଙ୍କ ଜମା ଖାତାକୁ ଟଙ୍କା ନେଣଦେଣ କାର୍ଯ୍ୟରେ ନିୟୋଜିତ କରାଯାଇଥିଲା। ଶାଖା ପରିଚାଳକଙ୍କ ଅନୁପସ୍ଥିତ

ନିଜକୁ ସହକାରୀ ଶାଖା ପରିଚାଳକ ବୋଲି ଜମାକାରୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କ ଜମାଖାତାରୁ ଟଙ୍କା ଉଠାଣ କରି ବିଭିନ୍ନ ସନ୍ଦେହଜନକ ବ୍ୟାଙ୍କ ଆକାଉଣ୍ଟକୁ ଅନଲାଇନ ଟ୍ରାଞ୍ଜାଶନ କରି ସେ କିଛିଦିନ ମଧ୍ୟରେ ୭୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ ଘଟଣାରେ ସମ୍ପୃକ୍ତ ଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ଏ ନେଇ ବ୍ୟାଙ୍କ ଶାଖା ପରିଚାଳକଙ୍କୁ ଯୋଗାଯୋଗ କରିବାରୁ ଘଟଣା ସମ୍ପର୍କରେ ବ୍ୟାଙ୍କ ମୁଖ୍ୟାଳୟ ଏବଂ ଆଞ୍ଚଳିକ କାର୍ଯ୍ୟାଳୟକୁ ଜଣାଇଦିଆଯାଇଛି। ସେଠାରୁ ନିର୍ଦ୍ଦେଶନାମା ଆସିଲେ ହିଁ ସମସ୍ତ ଜମାକାରୀ ଙ୍କ ଅର୍ଥରାଶି ଫେରସ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri