ଅବପାତରେ ପରିଣତ ହୋଇ ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଚିଲିକା ହ୍ରଦ ନିକଟରେ ଅବପାତରେ ପରିଣତ ହୋଇଥିଲା। ଏହା ପୁଣି ରାତିରେ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଥିବାବେଳେ ରାତି ୧୦ଟା ସୁଦ୍ଧା ପୁରୀଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୪୦ କି.ମି. ଦୂର ଓ ଗୋପାଳପୁରରୁ ଉତ୍ତରପୂର୍ବ ଦିଗରେ ୭୦ କି.ମି. ଦୂରରେ ରହିଥିଲା। ରବିବାର ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ଶନିବାର ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ବିଭିନ୍ନ ସ୍ଥାନରେ ଯୋଗଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ତାଳଚେରରେ ୩୫ ମି.ମି ବର୍ଷା ହୋଇଥିବା ବେଳେ ଭବାନୀପାଟଣାରେ ୩୪.୪, ବୌଦ୍ଧ ୩୧.୬, ଢେଙ୍କାନାଳ ୩୧.୮, ନବରଙ୍ଗପୁର ୨୨, କଟକ ୨୦.୮, ଗୋପାଳପୁର ୨୧.୬, ଟିଟିଲାଗଡ଼ ୨୬ ଓ ମାଲକାନଗିରିରେ ୨୩.୬ ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri