ଅବପାତରେ ପରିଣତ ହୋଇ ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଚିଲିକା ହ୍ରଦ ନିକଟରେ ଅବପାତରେ ପରିଣତ ହୋଇଥିଲା। ଏହା ପୁଣି ରାତିରେ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଥିବାବେଳେ ରାତି ୧୦ଟା ସୁଦ୍ଧା ପୁରୀଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୪୦ କି.ମି. ଦୂର ଓ ଗୋପାଳପୁରରୁ ଉତ୍ତରପୂର୍ବ ଦିଗରେ ୭୦ କି.ମି. ଦୂରରେ ରହିଥିଲା। ରବିବାର ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ଶନିବାର ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ବିଭିନ୍ନ ସ୍ଥାନରେ ଯୋଗଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ତାଳଚେରରେ ୩୫ ମି.ମି ବର୍ଷା ହୋଇଥିବା ବେଳେ ଭବାନୀପାଟଣାରେ ୩୪.୪, ବୌଦ୍ଧ ୩୧.୬, ଢେଙ୍କାନାଳ ୩୧.୮, ନବରଙ୍ଗପୁର ୨୨, କଟକ ୨୦.୮, ଗୋପାଳପୁର ୨୧.୬, ଟିଟିଲାଗଡ଼ ୨୬ ଓ ମାଲକାନଗିରିରେ ୨୩.୬ ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?