ଅବପାତରେ ପରିଣତ ହେଲା ଲଘୁଚାପ: ୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ସୋମବାର ଓ ମଙ୍ଗଳବାର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲାରେ ବର୍ଷା ହୋଇପାରେ। ସେହିପରି ମଙ୍ଗଳବାର ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଏହି ଦୁଇଦିନ ଅନ୍ୟସବୁ ଜିଲାରେ ପାଗ ଶୁଖିଲା ରହିବ ଓ ୨୩ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏହା ସହିତ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨/୩ ଡିଗ୍ରୀ କମ୍‌ ରହିବ। ଇତିମଧ୍ୟରେ ଶନିବାର ରାତିରେ କନ୍ଧମାଳ ଜିଲାର ଜି. ଉଦୟଗିରି ଓ କୋରାପୁଟର ସେମିଳିଗୁଡ଼ାରେ ରାତିର ସର୍ବନିମ୍ନ ତାପାମତ୍ରା ୮ ଡିଗ୍ରୀ ରହିଥିଲା। ସେହିପରି କିରେଇ (ସୁନ୍ଦରଗଡ଼)ରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ୯.୬, ଦାରିଙ୍ଗବାଡ଼ିରେ ୧୦, କୋରାପୁଟରେ ୧୦, କେନ୍ଦୁଝରରେ ୧୦, ଭବାନୀପାଟଣାରେ ୧୦.୬, ଝାରସୁଗୁଡାରେ ୧୦.୮, ଚିପିଲିମାରେ ୧୦.୮, ସୁନ୍ଦରଗଡରେ ୧୨.୫ ଓ ଦେବଗଡରେ ୧୨.୫ ଡିଗ୍ରୀ ରହିଥିଲା। ତେବେ ରାଜ୍ୟରେ ଶୀତର ଲହରି ଆରମ୍ଭ ହୋଇଥିବାବେଳେ ବର୍ଷା ପରେ ଏହା ଆହୁରି ବଢ଼ିଯିବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri