ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହୋଇ କାଳାତିପାତ କରୁଥିବା ଦେଖିବାକୁ ମିଳିଛି। ବାର୍ଷିକୋଣା ଗ୍ରାମବାସୀ ବ୍ଲକ ସଦରମହକୁମାକୁ ଯିବା ପାଇଁ ହେଲେ ପ୍ରାୟ ୧୫ରୁ ୧୮ କିମି ଚାଲିଚାଲି ଯିବାକୁ ପଡ଼ିଥାଏ। ଏହି ଗ୍ରାମବାସୀଙ୍କ ପାଇଁ ପାନୀୟ ଜଳ, ସାସ୍ଥ୍ୟ ସେବା, ଉତ୍ତମ ଶିକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ଅଙ୍ଗନଓ୍ବାଡ଼ି କେନ୍ଦ୍ର, ଯୋଗାଯୋଗ ପାଇଁ ଭଲ ରାସ୍ତାଟିଏ ମଧ୍ୟ ନ ଥିବା ଯୋଗୁ ବର୍ଷ ତମାମ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ଏହି ବାର୍ଷିକୋଣା ଗ୍ରାମର ଭଟାପଡ଼ା, ଗମ୍ଭାରୀଗୁଡ଼ା, ମୁଣ୍ଡିଘାଟିର ପ୍ରାୟ ୫୦ରୁ ୬୦ ପରିବାରକୁ। ଏହି ଗ୍ରାମକୁ ରୋଗୀ, ଗର୍ଭବତୀ ମହିଳାଙ୍କ ପାଇଁ ଆମ୍ବୁଲାନ୍ସ ସେବା ସାତସପନ ପାଲଟି ଥିବା ବେଳେ ଅନେକ ସମୟରେ ରୋଗୀ, ଗର୍ଭବତୀଙ୍କୁ ଖଟିଆରେ ବୋହି ନେଲେ ଯାଇ ଇନ୍ଦ୍ରାବତୀ କେନାଲ ରାସ୍ତାରୁ ଆମ୍ବୁଲାନ୍ସ ସେବା ମିଳିଥାଏ। ପାନୀୟ ଜଳ ପାଇଁ ନାମକୁ ମାତ୍ର ବସୁଧା ଯୋଜନା କିନ୍ତୁ କେବେ ଏହାର ସୁଫଳ ସ୍ଥାନୀୟ ଜନସାଧାରଣଙ୍କୁ ମିଳେ ନାହିଁ । ଯେଉଁ ଗ୍ରାମକୁ ସବୁଦିନିଆ ପାଇଁ ଭଲ ରାସ୍ତାଟିଏ ନାହିଁ ସେଠାରେ ଶିକ୍ଷା ସାସ୍ଥ୍ୟ ପାନୀୟ ଜଳ ଭଳି ସୁବିଧା କଥା ନ କହିବା ଭଲ। ଉକ୍ତ ଗ୍ରାମରେ ବିଦ୍ୟାଳୟ ଅଛି ସତ ହେଲେ ସଠିକ ଭାବରେ ପିଲାଙ୍କ ପାଠପଢ଼ା ହୁଏ ନାହିଁ। ରାସ୍ତା ସମସ୍ୟା ପାଇଁ କେବେ ଶିକ୍ଷକ ଆସନ୍ତି କେବେ ନାହିଁ l ସରକାରୀ ଯୋଜନା ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ଯୋଗୁ ଜନପ୍ରତିନିଧି ଓ ସରକାରୀ କର୍ମଚାରୀମାନେ ତା’ର ଭରପୂର ଫାଇଦା ଉଠାଇବା ସହଜ ସାଧ୍ୟ ହୋଇ ଯାଇଛି। ଏଭଳି ପରିସ୍ଥିତିରେ ବ୍ଲକ କର୍ତ୍ତୃପକ୍ଷ ତଥା ଜିଲା ପ୍ରଶାସନ କେବେ ମଧ୍ୟ ଏମାନଙ୍କର ମୌଳିକ ଅଧିକାର ଓ ସୁବିଧା ବିଷୟରେ ଚିନ୍ତା ମଧ୍ୟ କରିନାହାନ୍ତି। ତେଣୁ ବ୍ଲକ ଏବଂ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ମୌଳିକ ସୁବିଧା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri