ପାନୀୟ ଜଳରୁ ବଞ୍ଚିତ କିରାମାହାବାସୀ

ବ୍ରାହ୍ମଣୀଗାଁ,୨୬ା୯(ମନୋରଞ୍ଜନ ରଣା): ପ୍ରକଳ୍ପ ଅଛି ହେଲେ ମିଳୁନି ବସୁଧା ପାନୀୟ ଜଳ। ସାଧାରଣ ଫ୍ୟୁଜ୍‌ଟିଏ ପକାଯାଇ ନ ଥିବାରୁ ଦୁଇମାସ ହେଲାଣି ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଝିଞ୍ଜିରୀଗୁଡା ପଞ୍ଚାୟତର କିରାମାହାବାସୀ। ଏହି ଗ୍ରାମରେ ଆଦିବାସୀ ଓ ଦଳିତବର୍ଗର ପ୍ରାୟ ୪୦୦ ପରିବାରର ୨୦୦୦ ଲୋକ ବସବାସ କରନ୍ତି। ୯୫ ପ୍ରତିଶତ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବେଳେ ଦିନ ମଜୁରି ଉପରେ ନିର୍ଭର କରିଥାନ୍ତି।
କୋଟି କୋଟି ଟଙ୍କା ବିନିଯୋଗ କରି ଗରିବ ଜନସାଧାରଣଙ୍କ ପାନୀୟ ଜଳ କଷ୍ଟ ଦୂର କରିବା ପାଇଁ ବସୁଧା ଯୋଜନାରେ ଏକ ପ୍ରକଳ୍ପ ପ୍ରଦାନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀମାନଙ୍କ ତଦାରଖର ଅଭାବ ଓ ପରିଚାଳନାଗତ ତ୍ରୁଟି ଯୋଗୁ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ପ୍ରାୟ ଦୁଇ ମାସ ହେବ ସାଧାରଣ ଫ୍ୟୁଜ୍‌ଟିଏ ପାଇଁ ଏହି ପ୍ରକଳ୍ପ ଅଚଳ ଅବସ୍ଥାରେ ପଡ଼ି ରହିଥିବା ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ପାଣି ପଞ୍ଚାୟତର ସଭାପତି ଗଙ୍ଗାଧର ନାୟକ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ବେଳେ ଯନ୍ତ୍ରୀଙ୍କୁ କହିଲେ ସେ ଲାଇନ ମ୍ୟାନ୍‌ଙ୍କୁ ଡାକନ୍ତୁ ବୋଲି କହୁଛନ୍ତି ଏବଂ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀଙ୍କୁ କହିଲେ ଟୋଲ ଫ୍ରି ହେଲ୍ପଲାଇନ ନମ୍ବରରେ ଯୋଗାଯୋଗ କରନ୍ତୁ ବୋଲି ଉତ୍ତର ମିଳୁ ଥିବା ସେ କହିଛନ୍ତି, ପାନୀୟ ଜଳର ଅଭାବ ହେତୁ ଠିକ୍‌ ସମୟରେ କାମକୁ ଯାଇପାରୁ ନ ଥିବା ଏବଂ ବର୍ଷା ଦିନ ଥିବାରୁ ଚାଳରୁ ପଡୁଥିବା ପାଣିକୁ ବ୍ୟବହାର କରନ୍ତି ଓ ବର୍ଷା ଛାଡ଼ିଲେ ଚୁଆଁ କିମ୍ବା ବିଲ ମାଳ ପାଣି ବ୍ୟବହାର କରୁଥିବା ଗ୍ରାମର ମହିଳାମାନେ କହିଛନ୍ତି । ଏଣୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri