Posted inଜାତୀୟ

ଧାରଣା ଦେଉଥିବା ୮ ଏମ୍‌ପିଙ୍କ ପାଇଁ ଚା’ ନେଇ ପହଞ୍ଚିଲେ ଉପବାଚସ୍ପତି ହରିବଂଶ

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ଶୃଙ୍ଖଳା ଭଙ୍ଗ କରିଥିବାରୁ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଏମ୍‌ପିମାନେ ସଂସଦ ଭବନ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ସାରା ରାତି ଧାରଣାରେ ବସିଛନ୍ତି। ମଙ୍ଗଳବାର ସକାଳେ ଏମ୍‌ପି ମନେଇବା ପାଇଁ ରାଜ୍ୟ ସଭା ଉପବାଚସ୍ପତି ହରିବଂଶ ଚା’ ଧରି ପହଞ୍ଚିଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଧାରଣ ଦେଉଥିବା ଏମ୍‌ପିମାନେ ହରିବଂଶଙ୍କୁ ସ୍ବାଗତ କରିଥିଲେ। ତେବେ ବୈଚାରିକ ମତଭେଦ ଏବଂ ଦଳୀୟ ନୀତିକୁ ଦୃଷ୍ଟିରେ ରଖି ଚା’କୁ ଧାରଣା ଦେଉଥିବା ଏମ୍‌ପିମାନେ ଫେରାଇ ଦେଇଥିଲେ। ହରିବଂଶ କହିଥିଲେ ଯେ ଦଳଠାରୁ ବ୍ୟକ୍ତିଗତ ସମ୍ପର୍କ ଭିନ୍ନ। ମୁଁ ଆପଣମାନଙ୍କୁ ଘରକୁ ନିମନ୍ତ୍ରଣ କରିପାରିବି। ସେହିପରି ଆପଣମାନେ ମଧ୍ୟ ସେପରି କରିପାରିବେ। ତେଣୁ ମୁଁ ଆପଣମାନଙ୍କ ପାଖକୁ ସାକ୍ଷାତ କରିବାକୁ ଆସିଛି। ଏହାର ଉତ୍ତରରେ ଏଏପି ଏମ୍‌ପି ସଞ୍ଜୟ ସିଂ କହିଥିଲେ ଯେ, ଆମେ ଉପ ବାଚସ୍ପତିଙ୍କୁ କୃଷକ ବିରୋଧୀ କଳା ଆଇନ ଫେରାଇ ନେବାକୁ କହିଥିଲୁ। ହରିବଂଶ ଚା’ ନେଇ ଯିବାର ଫଟୋ ଏବଂ ୫୫ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିବଂଶଙ୍କ ଏଭଳି କାର୍ଯ୍ୟକୁ ବେଶ୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri