ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ ଚିଠି କରିଥିଲେ। ଏହାକୁ ନେଇ ନିର୍ବାହୀ ଅଧିକାରୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ପଣ୍ଡା ବିଧିବଦ୍ଧ ଭାବରେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ବହୁ କାଉନସିଲର,ଏନ୍‌ଏସି କର୍ମଚାରୀମାନେ ଉପସ୍ଥିତ ଥିଲେ। ଭାଜପା ଜିଲା ସମ୍ପାଦକ ଅନିଲ କୁମାର ପଣ୍ଡା ଓ ଭାଜପାକର୍ମୀମାନେ ନବନିଯୁକ୍ତ ଅଧ୍ୟକ୍ଷଙ୍କୁ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ଶ୍ରୀପଣ୍ଡା ସହରର ବିକାଶ ଲାଗି ଗୁରୁତ୍ୱ ଦେବା ସହ ସହରବାସୀଙ୍କ ସହଯୋଗ ଲୋଡ଼ିଛନ୍ତି।

ସୂଚନାଯୋଗ୍ୟ, ଉପାଧକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଓ ୮ ଜଣ କାଉନସିଲର ଗତ ସେପ୍ଟେମ୍ବର ୨ ତାରିଖରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଓଡ଼ିଶା ମ୍ୟୁନିସିପାଲ ଆଇନ ଅନୁଯାୟୀ, ଜିଲାପାଳଙ୍କ ଆଦେଶକୁ ନେଇ ଗତ ସେପ୍ଟେମ୍ବର ୧୨ଖରେ ଛତ୍ରପୁର ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ହୋଇଥିବା ଅନାସ୍ଥା ଭୋଟରେ ୧୩ କାଉନସିଲରଙ୍କ ମଧ୍ୟରୁ ୧୦ ଜଣ ଉପସ୍ଥିତ ରହି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଭୋଟ୍‌ ଦେଇଥିଲେ। ମାତ୍ର ଅନାସ୍ଥା ପ୍ରସଙ୍ଗ ଉପରେ ପ୍ରିୟଙ୍କା ଓ ତାଙ୍କ ସମର୍ଥିତ ଦୁଇ କାଉନସିଲର ଭୋଟ୍‌ ପୂର୍ବରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ଦୁଇଟି ପିଟିଶନ ଦାଖଲ କରିଥିଲେ। ଏହାର ବିଚାର କରି ମାନ୍ୟବର ହାଇକୋର୍ଟ ଗତ ଅକ୍ଟୋବର ୯ରେ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇ ହୋଇଥିବା ପିଟିଶନକୁ ଖାରଜ କରିଦେଇଥିଲେ।

ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତମାସ ୨୪ ତାରିଖରେ ଚିଠି ନଂ ୨୧୯୧୦ ପ୍ରକାରେ ଅନାସ୍ଥା ଭୋଟ୍‌ର ଫଳାଫଳକୁ ନେଇ ବିଜ୍ଞପ୍ତି ପ୍ରକାଶ କରି ଅଧ୍ୟକ୍ଷା ପଦ ହରାଇଥିବା ନେଇ ସ୍ପଷ୍ଟ କରିବା ସହ ସେହିଦିନ ଚିଠି ନଂ ୧୯୬୬ ପ୍ରକାରେ ଗେଜେଟ୍‌ ନୋଟିଫିକେଶନ ମଧ୍ୟ କରିଥିଲେ। ଗତ ପୌର ନିର୍ବାଚନ ପରେ ୨୦୨୨ ଏପ୍ରିଲ ୫ରେ ଅଧ୍ୟକ୍ଷା ଭାବେ ପ୍ରିୟଙ୍କା ଦାୟିତ୍ୱ ନେଇଥିଲେ। ମାତ୍ର ନିଜର କାର୍ଯ୍ୟକାଳ ଆରମ୍ଭରୁ ହିଁ ସେ ବିବାଦୀୟ ହୋଇପଡ଼ିଥିଲେ। ଯାହାର ଫଳସ୍ବରୁପ ଶେଷରେ ତାଙ୍କୁ ଗାଦିଚ୍ୟୁତ ହେବାକୁ ପଡ଼ିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri