ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ ଚିଠି କରିଥିଲେ। ଏହାକୁ ନେଇ ନିର୍ବାହୀ ଅଧିକାରୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ପଣ୍ଡା ବିଧିବଦ୍ଧ ଭାବରେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ବହୁ କାଉନସିଲର,ଏନ୍‌ଏସି କର୍ମଚାରୀମାନେ ଉପସ୍ଥିତ ଥିଲେ। ଭାଜପା ଜିଲା ସମ୍ପାଦକ ଅନିଲ କୁମାର ପଣ୍ଡା ଓ ଭାଜପାକର୍ମୀମାନେ ନବନିଯୁକ୍ତ ଅଧ୍ୟକ୍ଷଙ୍କୁ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ଶ୍ରୀପଣ୍ଡା ସହରର ବିକାଶ ଲାଗି ଗୁରୁତ୍ୱ ଦେବା ସହ ସହରବାସୀଙ୍କ ସହଯୋଗ ଲୋଡ଼ିଛନ୍ତି।

ସୂଚନାଯୋଗ୍ୟ, ଉପାଧକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଓ ୮ ଜଣ କାଉନସିଲର ଗତ ସେପ୍ଟେମ୍ବର ୨ ତାରିଖରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଓଡ଼ିଶା ମ୍ୟୁନିସିପାଲ ଆଇନ ଅନୁଯାୟୀ, ଜିଲାପାଳଙ୍କ ଆଦେଶକୁ ନେଇ ଗତ ସେପ୍ଟେମ୍ବର ୧୨ଖରେ ଛତ୍ରପୁର ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ହୋଇଥିବା ଅନାସ୍ଥା ଭୋଟରେ ୧୩ କାଉନସିଲରଙ୍କ ମଧ୍ୟରୁ ୧୦ ଜଣ ଉପସ୍ଥିତ ରହି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଭୋଟ୍‌ ଦେଇଥିଲେ। ମାତ୍ର ଅନାସ୍ଥା ପ୍ରସଙ୍ଗ ଉପରେ ପ୍ରିୟଙ୍କା ଓ ତାଙ୍କ ସମର୍ଥିତ ଦୁଇ କାଉନସିଲର ଭୋଟ୍‌ ପୂର୍ବରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ଦୁଇଟି ପିଟିଶନ ଦାଖଲ କରିଥିଲେ। ଏହାର ବିଚାର କରି ମାନ୍ୟବର ହାଇକୋର୍ଟ ଗତ ଅକ୍ଟୋବର ୯ରେ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇ ହୋଇଥିବା ପିଟିଶନକୁ ଖାରଜ କରିଦେଇଥିଲେ।

ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତମାସ ୨୪ ତାରିଖରେ ଚିଠି ନଂ ୨୧୯୧୦ ପ୍ରକାରେ ଅନାସ୍ଥା ଭୋଟ୍‌ର ଫଳାଫଳକୁ ନେଇ ବିଜ୍ଞପ୍ତି ପ୍ରକାଶ କରି ଅଧ୍ୟକ୍ଷା ପଦ ହରାଇଥିବା ନେଇ ସ୍ପଷ୍ଟ କରିବା ସହ ସେହିଦିନ ଚିଠି ନଂ ୧୯୬୬ ପ୍ରକାରେ ଗେଜେଟ୍‌ ନୋଟିଫିକେଶନ ମଧ୍ୟ କରିଥିଲେ। ଗତ ପୌର ନିର୍ବାଚନ ପରେ ୨୦୨୨ ଏପ୍ରିଲ ୫ରେ ଅଧ୍ୟକ୍ଷା ଭାବେ ପ୍ରିୟଙ୍କା ଦାୟିତ୍ୱ ନେଇଥିଲେ। ମାତ୍ର ନିଜର କାର୍ଯ୍ୟକାଳ ଆରମ୍ଭରୁ ହିଁ ସେ ବିବାଦୀୟ ହୋଇପଡ଼ିଥିଲେ। ଯାହାର ଫଳସ୍ବରୁପ ଶେଷରେ ତାଙ୍କୁ ଗାଦିଚ୍ୟୁତ ହେବାକୁ ପଡ଼ିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?