ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ବଡ଼ ପ୍ରଶ୍ନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ ବିବାଦ ପାଇଁ ବିଜେଡି ସରକାର ଦାୟୀ। ଏବେ ସିନା ବିରୋଧି ଦଳ । ପୂର୍ବରୁ ତ ଶାସକ ଦଳ ରହିଥିଲା ବିଜେଡି। ୨୪ ବର୍ଷର ସରକାର ଥିବା ସମୟରେ ୧୮ ବର୍ଷ ଜଳ ସମ୍ପଦ ବିଭାଗ ଦାୟିତ୍ୱରେ ଖୋଦ ଥିଲେ ନବୀନ ପଟ୍ଟନାୟକ । ହେଲେ ଏହାର ନିଷ୍କର୍ଷ କ’ଣ? କେବଳ ବିବାଦ। କେବଳ ସେତିକି ନୁହେଁ ବଂଶଧାରା ଓ ନାଗାଲୀ ନଦୀର ମଧ୍ୟ ସମାନ ଅବସ୍ଥା । ନବୀନ ପଟ୍ଟନାୟକ ଏହି ସଂକ୍ରାନ୍ତରେ ପ୍ରଥମେ ସ୍ପଷ୍ଟୀକରଣ ରଖନ୍ତୁ। ଅନ୍ୟପଟେ ରାଜ୍ୟରେ ଜଳ ସମ୍ପଦର ବିକାଶ ନେଇ କେନ୍ଦ୍ର ସରକାର ବଜେଟ୍‌ରେ ନେଇଥିବା ଉଲ୍ଲେଖନୀୟ ପଦକ୍ଷେପ ସ୍ବାଗତଯୋଗ୍ୟ ଉପମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି।

କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଥିଲେ, ବଜେଟ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍‌ରେ ଓଡ଼ିଶା ଏବଂ ଏହାର ଜନସାଧାରଣଙ୍କୁ କୌଣସି ଉଲ୍ଲେଖନୀୟ ଲାଭ ମିଳିନାହିଁ।

ଓଡ଼ିଶାବାସୀଙ୍କ ଆଶା ଥିଲା ଯେ, ଡବଲ ଇଞ୍ଜିନ ସରକାର ଭିତ୍ତିଭୂମି, ନିଯୁକ୍ତି ସୃଷ୍ଟି କରିବା ସହ ରାଜ୍ୟ ପାଇଁ ଅତିରିକ୍ତ ଆବଣ୍ଟନ ଉପରେ ଧ୍ୟାନ ଦେବେ। ହେଲେ ବଜେଟ୍‌ରେ ରାଜ୍ୟକୁ ବହୁତ କମ୍‌ ମିଳିଛି। ମୁଁ ଓଡ଼ିଶାରେ ରେୟାର ୟାର୍ଥ କରିଡର ପ୍ରତିଷ୍ଠା ପ୍ରସ୍ତାବକୁ ସ୍ବାଗତ କରୁଛି। ଓଡ଼ିଶା ଅନେକ ପ୍ରମୁଖ ଖଣିଜ ପଦାର୍ଥର ଅଗ୍ରଣୀ ଉତ୍ପାଦକ ଏବଂ ଏହାର ସମୃଦ୍ଧ ସମ୍ପଦ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ସର୍ବଦା ଯୋଗଦାନ ଦେବ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri