ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି ଧମକ୍‌କୁ ଡରେ ନାହିଁ ଏବଂ ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ସମସ୍ତ ଚାଷୀଙ୍କ କଷ୍ଟୋପାର୍ଜିତ ଧାନ କିଣିବା ପାଇଁ ବଦ୍ଧ ପରିକର ବୋଲି ଶୁକ୍ରବାର ଧନୁଯାତ୍ରା ମହୋତ୍ସବର ଦଶମ ଦିବସରେ କଂସ ଦରବାରରେ ରାଜ ଅତିଥିଭାବେ ଯୋଗଦେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି।

ଉପ ମୁଖ୍ୟମନ୍ତ୍ରୀଙ୍କ ଏହି କଥାରେ ଉତଫୁଲ୍ଲିତ ହୋଇ କଂସ ମହାରାଜ ତାଙ୍କୁ ସମ୍ମାନିତ କରିଥିଲେ। ସେହିପରି ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଅନ୍ୟତମ ଅତିଥିଭାବେ ଯୋଗଦେଇ ରା୍ଯଯରେ ଚାଲିଥିବା ବିକାଶଧାରା ଉପରେ ଆଲୋକପାତ କରିଥିଲେ। ଅ୍ଯଯଦିନ ଭଳି ମଥୁରାଧିପତି କଂସ ମହାରାଜ ରାଜମହଲରୁ ଦିଗବିଜୟରେ ବାହାରିଥିଲେ। ଅପରପକ୍ଷେ ମଥୁରାକୁ ଆସିଥିବା ବେନିଭାଇ କୃଷ୍ଣ, ବଲରାମଙ୍କ ସହିତ ସୁଦାମା, ମାଳିଙ୍କ ସାକ୍ଷାତ ହୋଇଥିଲା। ସେହିପରି କାଳୀ ମନ୍ଦିରରେ କୁବଜା ଉଦ୍ଧାର ଦୃ୍ଯଯାଭିନୟ ଚିତ୍ତାକର୍ଷକ ହୋଇଥିଲା। ରାଜ ଦରବାର ଏବଂ ରଙ୍ଗମହଲରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri