ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା ଧାମରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କାଠଡେରା ପହଞ୍ଚି ମାଉସି ମା’ ମନ୍ଦିରରେ ୬ଖଣ୍ଡ ଗ୍ରାମର ଠାକୁରଙ୍କୁ ଦର୍ଶନ କରିଥିଲେ। ପରେ ସତ୍ୟବାନ ପ୍ରଧାନଙ୍କ ସଂଯୋଜନାରେ ରଥଯାତ୍ରା ପରିଚାଳନା କମିଟି ସଭାପତି ପଞ୍ଚାନନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, ଭାଜପା ଜିଲା ସଭାପତି ଡା. ଅରୂପା ନନ୍ଦ ସାହୁ, ସୁରେଶ୍ୱର ଶତପଥୀ, ଡି ମୂରଲୀ କ୍ରିଷ୍ଣା, ମିଳନ ସେଠ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

ଅତାବିରା ବିଧାୟକ ଶ୍ରୀ ମହାନନ୍ଦ ଅଞ୍ଚଳଟି କୃଷିପ୍ରଧାନ ହୋଇଥିବାରୁ ଏଠାରେ ଏକ କୃଷି ବୈଷୟିକ ଶିଳ୍ପ ଏବଂ କାଠଡେରାରେ ଏକ ବିଦ୍ୟୁତ୍‌ ଗ୍ରୀଡ ସ୍ଥାପନ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ଠାରେ ଦାବି ଜଣାଇଥିଲେ। ଏହି ଅବସରରେ ରଥ ଯାତ୍ରା କମିଟି ପକ୍ଷରୁ ଉପମୁଖ୍ୟ ମନ୍ତ୍ରୀଙ୍କୁ ଜଗନ୍ନାଥଙ୍କ ଫଟୋ ଏବଂ ମେହେର ସମାଜ ପକ୍ଷରୁ ବନ୍ଦ କଳାର ଜଗନ୍ନାଥଙ୍କ ଫଟୋ ପ୍ରଦାନ କରାଯାଇଥିଲା।

ପୂର୍ବରୁ ଉପମୁଖ୍ୟ ମନ୍ତ୍ରୀ ଲଚିଦା ସରକାରୀ କୃଷି ଫାର୍ମ ପରିଦର୍ଶନ କରିଥିଲେ । କମ ରାସାୟନିକ ବ୍ୟବହାର କରି ଉତ୍ତମ ଫସଲ ଅମଳ ପାଇଁ ପ୍ରୟାସ କରିବାକୁ କର୍ମଚରୀଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ମୁଖ୍ୟ କୃଷି ଅଧିକାରୀ ମମତାରାଣୀ ତ୍ରିପାଠୀ, ଅତାବିରା ଗୋଷ୍ଠୀ କୃଷି ଅଧିକାରୀ ପିଙ୍କୁସେନ କରଙ୍କ ସହ ଜିଲା କୃଷି ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri