ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ସେ ପରେଡ୍‌ର ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ  ସିଂହଦେଓ ଜନସାଧାରଣଙ୍କୁ ସମ୍ବୋଧିତ କରି ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷମାନଙ୍କ ଅବଦାନକୁ ସ୍ମରଣ କରିଥିଲେ। ଦେଶ ସ୍ୱାଧୀନତା ଲାଭ କରିବା ପରେ ଦୀର୍ଘ ୭୯ ବର୍ଷ ମଧ୍ୟରେ ଭାରତ ବିଜ୍ଞାନ, ପ୍ରଯୁକ୍ତି ଓ ବିକାଶ କ୍ଷେତ୍ରରେ ଅନେକ ଅଗ୍ରଗତି କରିଛି ବୋଲି ସେ କହିଥିଲେ। ଦେଶର ବିକାଶରେ ଓଡ଼ିଶା ସହ କଳାହାଣ୍ଡି ଲା ମଧ୍ୟ ନିଜର ଅବଦାନ ରଖୁଛି ବୋଲି ସେ ମତବ୍ୟକ୍ତ କରିଥିଲେ।

କଳାହାଣ୍ଡିର ପୂର୍ବ ଚିତ୍ର ଓ ବର୍ତ୍ତମାନର ଚିତ୍ର ମଧ୍ୟରେ ବହୁ ପରିବର୍ତ୍ତନ ଘଟିଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ କୃଷି କ୍ଷେତ୍ରରେ କଳାହାଣ୍ଡି ଉଲ୍ଲେଖନୀୟ ପ୍ରଗତି କରି ରାଜ୍ୟ ତଥା ଦେଶରେ ନିଜର ସ୍ୱତନ୍ତ୍ର ପରିଚୟ ଗଢ଼ି ତୋଳିଛି। ଜିଲାର ସାମଗ୍ରିକ ବିକାଶ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ଓ ପଦକ୍ଷେପ ନିଆଯାଉଥିବା ସେ ଉଲ୍ଲେଖ କରିଥିଲେ।

ସ୍ୱାଧୀନତା ଦିବସ ପାଳନ ଅବସରରେ ବିଭିନ୍ନ ବିଭାଗ ପକ୍ଷରୁ ଆୟୋଜିତ ପରେଡ୍‌ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କ ମନ ମୋହିଥିଲା। ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର, ବିଶିଷ୍ଟ ନାଗରିକ ଓ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସମେତ ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଏସ୍‌ପି ନାଗରାଜ ଦେବରକୋଣ୍ଡାଙ୍କ ସମେତ ବହୁ ଅଧିକାରୀ, ଜନପ୍ରତିନିଧି ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri