Posted inରାଜ୍ୟ

‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri