ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏକାଥରକେ ମିଳିବ…

ଭୁବନେଶ୍ୱର,୧୦ା୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ। କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର ତର୍ଜମା ଚାଲିଛି। ଯୋଗ୍ୟ ହୋଇଥିଲେ ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ ବୋଲି ସୁଭଦ୍ରା ଯୋଜନାର ସମୀକ୍ଷା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ଆଲୋଚନା ହେବ। ୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଓ ସ୍ବାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା। ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ ତଥ୍ୟ ମଗାଯାଇଥିଲା। ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ମଧ୍ୟ ସ୍ବାସ୍ଥ୍ୟ ବିଭାଗକୁ କୁହାଯାଇଛି। ଧାନ ବିକ୍ରି ତଥ୍ୟ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଥିଲା। ବାଦ୍‌ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ବଡ଼ ନିଷ୍ପତ୍ତି ହୋଇପାରେ ବୋଲି ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri