Posted inରାଜ୍ୟ

ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଏତେ ବଡ଼ କଥା କହିଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ଶେଷରେ ହାରିଗଲେ ବଳଙ୍ଗା ପୀଡ଼ତା। ଜୀବନ ଯୁଦ୍ଧରେ ସଂଗ୍ରାମ କରି ହାରିଯିବା ପରେ ତାଙ୍କର ମୃତ୍ୟୁକୁ ନେଇ ସମସ୍ତେ ଯେଭଳି ସ୍ତବ୍ଧ ହୋଇଯାଇଛନ୍ତି। ସୋମବାର ସକାଳେ ଇସଲାମ ଧର୍ମ ଅନୁଯାୟୀ ପୀଡ଼ିତାଙ୍କୁ ତାଙ୍କ ଜନ୍ମିତ ଗାଁରେ କବର ଦିଆଯାଇଛି। ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କୁ କବର ଦିଆଯାଇଥିବା ବେଳେ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ।
ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ ସମୟକ୍ରମେ ସବୁ ସତ ସାମ୍ନାକୁ ଆସିବ। ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ସେ ଆହୁରି କହିଛନ୍ତି , ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ପରିବାର ପ୍ରତି ଯାହା କରିବାର ଅଛି କରାଯିବ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଓ ଅଛନ୍ତି। ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ତାହା ନିଶ୍ଚିତ ଭାବେ ପଦାକୁ ଆସିବ।
ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri