Posted inରାଜ୍ୟ

ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଏତେ ବଡ଼ କଥା କହିଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ଶେଷରେ ହାରିଗଲେ ବଳଙ୍ଗା ପୀଡ଼ତା। ଜୀବନ ଯୁଦ୍ଧରେ ସଂଗ୍ରାମ କରି ହାରିଯିବା ପରେ ତାଙ୍କର ମୃତ୍ୟୁକୁ ନେଇ ସମସ୍ତେ ଯେଭଳି ସ୍ତବ୍ଧ ହୋଇଯାଇଛନ୍ତି। ସୋମବାର ସକାଳେ ଇସଲାମ ଧର୍ମ ଅନୁଯାୟୀ ପୀଡ଼ିତାଙ୍କୁ ତାଙ୍କ ଜନ୍ମିତ ଗାଁରେ କବର ଦିଆଯାଇଛି। ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କୁ କବର ଦିଆଯାଇଥିବା ବେଳେ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ।
ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ ସମୟକ୍ରମେ ସବୁ ସତ ସାମ୍ନାକୁ ଆସିବ। ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ସେ ଆହୁରି କହିଛନ୍ତି , ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ପରିବାର ପ୍ରତି ଯାହା କରିବାର ଅଛି କରାଯିବ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଓ ଅଛନ୍ତି। ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ତାହା ନିଶ୍ଚିତ ଭାବେ ପଦାକୁ ଆସିବ।
ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?