ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ ଅଚାନକ ଗାଡି ଚାଳକଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଭିତରକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କର ହଠାତ ସ୍ବାସ୍ଥ୍ୟକେନ୍ଦ୍ର ଭିତରକୁ ପ୍ରବେଶ ପରେ ଜିଲାପାଳଙ୍କ ସମେତ ସମସ୍ତ ଅଧିକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ।
ସେ ସେଠାରେ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କ ସହ ଆଲୋଚନା କରିଥିଲେ। ଆୟୁଷ ଚିକିତ୍ସା କେନ୍ଦ୍ର ଓ ବାହ୍ୟ ଚିକିତ୍ସଳୟ ଓ ମିଶନଶକ୍ତି କାଫେ ଆଦି ବୁଲି ଦେଖିଥିଲେ। କାଫେରେ ତାଲା ଝୁଲୁଥିବାରୁ ଉଦବେଗ୍‌ ପ୍ରକାଶ କରିଥିଲେ।
 ସେହିପରି ସ୍ବାସ୍ଥ୍ୟସେବା ଓ ଡାକ୍ତର ପଦବୀ ଏବଂ ବିଶେଷଜ୍ଞ ପଦବୀ ପୂରଣ ପାଇଁ ଅଞ୍ଚଳବାସୀ ଉପମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସେ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ରହିଥିବା ସୁବିଧା କେନ୍ଦ୍ରକୁ ଯାଇଥିଲେ।
ସେଠାରେ ମିଶନଶକ୍ତିର ମହିଳାମାନଙ୍କ କାଫେ ପରିଦର୍ଶନ କରିବା ସହ ସେମାନଙ୍କ ବ୍ୟବସାୟ ଓ ଲାଭ କିଭଳି ହେଉଛି ପଚାରି ବୁଝିଥିଲେ। ସେମାନଙ୍କୁ ଆହୁରି ସରକାରଙ୍କ ବିଭିନ୍ନ ଯୋଜନା ଯୋଗାଇଦିଆଯିବ ବୋଲି କହିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri