ହବିଷିଆଳିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ: ମା’ମାନଙ୍କ ସେବା, ସମର୍ପଣ ଓଡ଼ିଶାକୁ ସମୃଦ୍ଧ କରିବ

ପୁରୀ,୧୯ା୧୦(ଅଜିତ୍‌ କୁମାର ମହାନ୍ତି):ହବିଷିଆଳି ମା’ମାନେ ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କର ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି, ଯାହା ଆମ ଓଡ଼ିଶାକୁ ସମୃଦ୍ଧ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଶୁକ୍ରବାର ଅପରାହ୍ନରେ ବୃନ୍ଦାବତୀ ନିବାସ ପରିସରରେ ଚଳିତବର୍ଷର ହବିଷ ବ୍ରତ ବା ରାଇଦାମୋଦର ବ୍ରତ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଉପମୁଖ୍ୟମନ୍ତ୍ରୀ ପରିଡ଼ା ଏହା ପ୍ରକାଶ କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ଏକମାସ ଧରି ହବିଷିଆଳି ମା’ମାନେ ଶ୍ରୀକ୍ଷେତ୍ରରେ ରହି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନରେ ବ୍ରତୀ ହେବେ। ଏହା ସେମାନଙ୍କୁ ଯେତିକି ଆଧ୍ୟାତ୍ମିକ ଓ ଧାର୍ମିକ ଶାନ୍ତି ଦେବ, ତାଙ୍କୁ ସେବା ଓ ସହଯୋଗ ଯୋଗାଉଥିବା ଅଧିକାରୀ, କର୍ମଚାରୀ ଓ ସ୍ବେଚ୍ଛାସେବୀମାନେ ମଧ୍ୟ ଅନୁରୂପ ଆଶୀର୍ବାଦ ପ୍ରାପ୍ତ ହେବେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମା’ମାନେ ଯେପରି ସ୍ବଚ୍ଛନ୍ଦ ଓ ଶାନ୍ତିଶୃଙ୍ଖଳାରେ ବ୍ରତ କରିବେ ସେଥିପ୍ରତି ସରକାର ଏବଂ ପ୍ରଶାସନ ଯତ୍ନବାନ ଅଛନ୍ତି। ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ପରିଡ଼ା କହିଥିଲେ। ମୁଖ୍ୟ ବକ୍ତାଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବସେବା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗଦେଇ କହିଥିଲେ, ଓଡ଼ିଆ ସଂସ୍କୃତିରେ ବାର ମାସରେ ତେର ପର୍ବ ଆମ ପରମ୍ପରାକୁ ମହାନ୍‌ କରିଛି। ହବିଷ ବ୍ରତ ମଧ୍ୟ ସେହିପରି ଏକ ଅନନ୍ୟ ଧାର୍ମିକ ବ୍ରତ। ଏକ ମାସ ବ୍ରତର କଠୋର ସାଧନା, ଈଶ୍ୱରଙ୍କ ପ୍ରତି ମା’ମାନଙ୍କ ତ୍ୟାଗ, ସମର୍ପଣ ଆମ ସଂସ୍କୃତିର ଅନନ୍ୟ ଉଦାହରଣ। ଚଳିତ ବର୍ଷ ସଂସ୍କୃତି ବିଭାଗ ମା’ମାନଙ୍କ ସୁଖଦ ବ୍ରତ ପାଇଁ ଅର୍ଥ ମଞ୍ଜୁର ସହ ସରକାର ସମସ୍ତ ସହଯୋଗ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ। ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ମା’ମାନଙ୍କ ହବିଷ ବ୍ରତ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ହବିଷ ବ୍ରତ ପାଇଁ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ କରାଯାଇଛି ବୋଲି କହିବା ସହ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ଉପସ୍ଥିତ ଥିଲେ। ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମଞ୍ଚ ପରିଚାଳନା କରିଥିଲେ। ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜକାନ୍ତ ପ୍ରଧାନ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେ ବୃନ୍ଦାବତୀ ନିବାସରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆକାଶଦୀପ ପ୍ରଜ୍ୱଳନ କରିଥିଲେ। ସନ୍ଧ୍ୟାରେ ପ୍ରତ୍ୟେକ ନିବାସରେ ମହାପ୍ରସାଦ ସେବନ ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କରାଯାଇଥିଲା। ବିଭିନ୍ନ ନିବାସରେ ମୋଟ ୨୫୪୪ ହବିଷିଆଳି ରହିଛନ୍ତି। ସମସ୍ତ ନିବାସର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇସାରିଥିବାରୁ ଆଉ କୌଣସି ନୂତନ ହବିଷିଆଳିଙ୍କୁ ରଖାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri