ହବିଷିଆଳିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ: ମା’ମାନଙ୍କ ସେବା, ସମର୍ପଣ ଓଡ଼ିଶାକୁ ସମୃଦ୍ଧ କରିବ

ପୁରୀ,୧୯ା୧୦(ଅଜିତ୍‌ କୁମାର ମହାନ୍ତି):ହବିଷିଆଳି ମା’ମାନେ ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କର ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି, ଯାହା ଆମ ଓଡ଼ିଶାକୁ ସମୃଦ୍ଧ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଶୁକ୍ରବାର ଅପରାହ୍ନରେ ବୃନ୍ଦାବତୀ ନିବାସ ପରିସରରେ ଚଳିତବର୍ଷର ହବିଷ ବ୍ରତ ବା ରାଇଦାମୋଦର ବ୍ରତ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଉପମୁଖ୍ୟମନ୍ତ୍ରୀ ପରିଡ଼ା ଏହା ପ୍ରକାଶ କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ଏକମାସ ଧରି ହବିଷିଆଳି ମା’ମାନେ ଶ୍ରୀକ୍ଷେତ୍ରରେ ରହି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନରେ ବ୍ରତୀ ହେବେ। ଏହା ସେମାନଙ୍କୁ ଯେତିକି ଆଧ୍ୟାତ୍ମିକ ଓ ଧାର୍ମିକ ଶାନ୍ତି ଦେବ, ତାଙ୍କୁ ସେବା ଓ ସହଯୋଗ ଯୋଗାଉଥିବା ଅଧିକାରୀ, କର୍ମଚାରୀ ଓ ସ୍ବେଚ୍ଛାସେବୀମାନେ ମଧ୍ୟ ଅନୁରୂପ ଆଶୀର୍ବାଦ ପ୍ରାପ୍ତ ହେବେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମା’ମାନେ ଯେପରି ସ୍ବଚ୍ଛନ୍ଦ ଓ ଶାନ୍ତିଶୃଙ୍ଖଳାରେ ବ୍ରତ କରିବେ ସେଥିପ୍ରତି ସରକାର ଏବଂ ପ୍ରଶାସନ ଯତ୍ନବାନ ଅଛନ୍ତି। ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ପରିଡ଼ା କହିଥିଲେ। ମୁଖ୍ୟ ବକ୍ତାଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବସେବା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗଦେଇ କହିଥିଲେ, ଓଡ଼ିଆ ସଂସ୍କୃତିରେ ବାର ମାସରେ ତେର ପର୍ବ ଆମ ପରମ୍ପରାକୁ ମହାନ୍‌ କରିଛି। ହବିଷ ବ୍ରତ ମଧ୍ୟ ସେହିପରି ଏକ ଅନନ୍ୟ ଧାର୍ମିକ ବ୍ରତ। ଏକ ମାସ ବ୍ରତର କଠୋର ସାଧନା, ଈଶ୍ୱରଙ୍କ ପ୍ରତି ମା’ମାନଙ୍କ ତ୍ୟାଗ, ସମର୍ପଣ ଆମ ସଂସ୍କୃତିର ଅନନ୍ୟ ଉଦାହରଣ। ଚଳିତ ବର୍ଷ ସଂସ୍କୃତି ବିଭାଗ ମା’ମାନଙ୍କ ସୁଖଦ ବ୍ରତ ପାଇଁ ଅର୍ଥ ମଞ୍ଜୁର ସହ ସରକାର ସମସ୍ତ ସହଯୋଗ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ। ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ମା’ମାନଙ୍କ ହବିଷ ବ୍ରତ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ହବିଷ ବ୍ରତ ପାଇଁ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ କରାଯାଇଛି ବୋଲି କହିବା ସହ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ଉପସ୍ଥିତ ଥିଲେ। ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମଞ୍ଚ ପରିଚାଳନା କରିଥିଲେ। ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜକାନ୍ତ ପ୍ରଧାନ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେ ବୃନ୍ଦାବତୀ ନିବାସରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆକାଶଦୀପ ପ୍ରଜ୍ୱଳନ କରିଥିଲେ। ସନ୍ଧ୍ୟାରେ ପ୍ରତ୍ୟେକ ନିବାସରେ ମହାପ୍ରସାଦ ସେବନ ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କରାଯାଇଥିଲା। ବିଭିନ୍ନ ନିବାସରେ ମୋଟ ୨୫୪୪ ହବିଷିଆଳି ରହିଛନ୍ତି। ସମସ୍ତ ନିବାସର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇସାରିଥିବାରୁ ଆଉ କୌଣସି ନୂତନ ହବିଷିଆଳିଙ୍କୁ ରଖାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri