ଇକୋ ଟୁରିଜମ୍‌ କଟେଜର ଉଦ୍‌ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ…

ପାରଳାଖେମୁଣ୍ଡି,୧୭ା୧୧(ଗିରିଧାରୀ ପରିଚ୍ଛା): ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଗଜପତି ଜିଲା ରାୟଗଡ଼ ବ୍ଲକର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଦିନିକିଆ ଗସ୍ତରେ ଆସି ବନ ବିଭାଗ ଦ୍ୱାରା ନିର୍ମିିତ ଇକୋ ଟୁରିଜମ୍‌ କଟେଜର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ମହେନ୍ଦ୍ରଗିରିର ସର୍ବାଙ୍ଗୀନ ଉନ୍ନତି ତଥା ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦିଗରେ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।

ତାଙ୍କ ସହ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ ଏବଂ ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣିଜ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଆସିଥିଲେ। ମହେନ୍ଦ୍ରଗିରିର ସାମୂହିକ ବିକାଶ ସହ ପାରିପାଶର୍‌ବିକ ଅଞ୍ଚଳର ବିକାଶ କରାଯିବ। ଏଥିସହ ଏଠାରେ ପ୍ରଭୁ ପର୍ଶୁରାମ ଓ ଶ୍ରୀହରିଙ୍କ ମନ୍ଦିର ନିର୍ମାଣ କରି ହରହରିଙ୍କ ମିଳନ ବିଶ୍ୱ ଦରବାରରେ ଉପସ୍ଥାପନ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇ ଏହାର ଉନ୍ନତି କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ପରିଡ଼ା କହିଥିଲେ।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଖୁଣ୍ଟିଆ କହିଥିଲେ, ଆଗାମୀ ଦିନରେ ମହେନ୍ଦ୍ରଗିରିର ପାରିପାର୍ଶ୍ୱିକ ବିକାଶ ସହ ଏଠାକାର ସ୍ଥାନୀୟ ଲୋକଙ୍କ ବିକାଶ ଦିଗରେ କାର୍ଯ୍ୟାରମ୍ଭ ହେବ। ସ୍ଥାନୀୟ ଲୋକଙ୍କ ବିକାଶ ହେଲେ ଅଞ୍ଚଳର ବିକାଶ ହୋଇପାରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri