୧୦ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ କଳାହାଣ୍ଡି ଗସ୍ତ, ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-ଆସନ୍ତା ୧୦ ତାରିଖ ରବିବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରଥମ କରି ଉପ ମୁଖ୍ୟମନ୍ତ୍ରୀ ପରିଡାଙ୍କ କଳାହାଣ୍ଡି ଗସ୍ତ ହୋଇଥିବାରୁ ଏହାକୁ ନେଇଁ ଜିଲା ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଡ଼ ଙ୍କ ଅଧ୍ୟକ୍ଷତା ରେ ଏହି ପ୍ରସ୍ତୁତି ବୈଠକ ରେ ବିଭିନ୍ନ ବିଷୟ ଉପରେ ଆଲୋଚନା ହୋଇଥିଲା । ମୂଖ୍ୟତଃ ଉପ ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ କୁ ନେଇ ଦଳ ତରଫ ରୁ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ବାଇକ୍ ରାଲି କାର୍ଯ୍ୟକ୍ରମ କରାଯିବକୁ ସ୍ଥିର ହୋଇଥିଲା। ୧୦ ତାରିଖ ଉପ ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଭବାନୀପାଟଣା ସର୍କିଟ ହାଉସ ଠାରେ ପହଞ୍ଚିବେ।

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ସ୍ଵାଗତ କରିବା ପାଇଁ କଳାହାଣ୍ଡି ସାଂଗଠାନିକ ଜିଲାର ୪୧ଟି ମଣ୍ଡଳ ରୁ ସମସ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସୂଚନା ଦିଆଯାଇଛି । ସେହିପରି ତ୍ରିରଙ୍ଗା ଯାତ୍ରାରେ ପାଖାପାଖି ୩୦୦୦ ରୁ ଉର୍ଦ୍ଧ କାର୍ଯ୍ୟକର୍ତ୍ତା ଯୋଗଦେବେ ବୋଲି ସଭାପତି ପୋଢ଼ ସୂଚନା ଦେଇଛନ୍ତି। ଏହାସହ ୯ ତାରିଖ ଶନିବାର ପବିତ୍ର ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସର୍ବ ବୃହତ୍ ଯୋଜନା “ସୁଭଦ୍ରା” ଯାହା କି ମହିଳାଙ୍କୁ ଆତ୍ମନିର୍ଭର କରିବାରେ ପୂର୍ଣ୍ଣ ସହାୟକ ହୋଇଛି ପାଖା ପାଖି ୧ କୋଟି ରୁ ଉର୍ଦ୍ଧ ମହିଳା ଙ୍କୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତିର ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ। ଏହି ଯୋଜନାରେ କଳାହାଣ୍ଡି ଜିଲାର ୩ ଲକ୍ଷ୍ୟ ୭୫ ହଜାରରୁ ଉର୍ଦ୍ଧ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ। ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ଉନ୍ନତିକରଣ ଓ ବିକାଶ ପାଇଁ ମଧ୍ୟ ଉପମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପ୍ରାଥମିକତା ରହିବ ଓ ଜିଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ବିଷୟ ଉପରେ ମନ୍ତ୍ରୀଙ୍କୁ ଅବଗତ କରାଇବା ପାଇଁ ବୈଠକରେ ଆଲୋଚନା ହୋଇଥିଲା ।

ଏହି ପ୍ରସ୍ତୁତି ବୈଠକରେ ପୂର୍ବତନ ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି,ଭବେନ୍ଦ୍ର ପଣ୍ଡା , ଆର୍ତ୍ତ ମହାପାତ୍ର, ଜିଲା ଉପ ସଭାପତି ପ୍ରଶାନ୍ତ ସାହୁ ,ମୁକେଶ ଅଗ୍ରୱାଲ ,ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ମାଝୀ, ମନୋଜ ମେହେର, ଅନିରୁଦ୍ଧ ପ୍ରଧାନ ,ପୂର୍ବତନ ନଗର ସଭାପତି ସନ୍ତୋଷ ବିଶି,ଜିଲା ସମ୍ପାଦକ ସତ୍ୟ ବେହେରା ,ସ୍ୱଚ୍ଛ ଭାରତ ସଂଯୋଜକ ଲୋକନାଥ ଦୁର୍ଗା, ପଦ୍ମ ଲୋଚନ ମିଶ୍ର ,ଘନ ଗହିର ,ତ୍ରିନାଥ ଶବର,ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଶରତ ନାଏକ, ଅଧ୍ୟକ୍ଷା ନମିତା ସାହୁ ସମତେ ଜିଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?