ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ।

ସେ ଆହୁରି ମଧ୍ୟ କହିଛନ୍ତି, ଏଠାରେ ଭାଜପା ସରକାର ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛନ୍ତି। ଏଥିପାଇଁ ମୁଁ ହରିୟାଣାବାସୀଙ୍କୁ କୃତଜ୍ଞତା ଜଣାଉଛି। ଡବଲ ଇଞ୍ଜିନ ମାନେ ବିକାଶ ମଧ୍ୟ ଦୁଇଗଣ ହେବ।

ସୂଚନାଯୋଗ୍ୟ, ହରିୟାଣାରେ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ନିଜର ଦ୍ବିତୀୟ ଇନିଂସ ଆରମ୍ଭ କରିବେ  ନାଏବ ସିଂ ସାଇନି। ବୁଧବାର ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବାବେଳେ ସେ ଆଜିଠୁ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ। ପଞ୍ଚକୁଲାରେ ଦଳର ନବନିର୍ବାଚିତ ବିଧାୟକମାନଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇଥିଲେ। ୫୪ ବର୍ଷୀୟ ସାଇନି ଶପଥ ଗ୍ରହଣ ପରେ ୨୪,୦୦୦୦ ଯୁବତୀ ଯୁବକଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରେିବ। ଭାଜପା ଯାହା କହେ ତାକୁ ପାଳନ କରିଥାଏ। ଗୁରୁବାର ଶପଥ ନେବା ପରେ ଆମେ ପ୍ରଥମେ ନିଜ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛୁ ବୋଲି ସାଇନି କହିଛନ୍ତି। ଆଜି ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ ପଡ଼ିଆରେ ଭାଜପା ସରକାରର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।

ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଭାଜପାର ଅନ୍ୟ ବରିଷ୍ଠ ନେତାମାନେ ଯୋଗଦେବେ। ଏହି ଉତ୍ସବରେ ମଧ୍ୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?