ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ଏହି କାର୍ଯ୍ୟକ୍ରମକୁ ନେଇ ମେୟର ସୁଲୋଚନା ଦାସ କଡ଼ା ଟିପ୍ପଣୀ ଦେଇଛନ୍ତି। ଶ୍ରୀମତୀ ଦାସ ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି, ୫ ହଜାର ଟଙ୍କାରେ ମହିଳା ଆତ୍ମନିର୍ଭରଶୀଳ ହେବା ସମ୍ଭବ ନୁହେଁ।

ଅନ୍ୟପକ୍ଷରେ ସୁଲୋଚନାଙ୍କ ଏହି କଥାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ଏଥିରେ ବଡ଼ ଶିଳ୍ପ କରିପାରିବେନି, କିନ୍ତୁ ମହିଳାଙ୍କ ସାହସ ବଢ଼ିବ। ଆଗାମୀ ଦିନରେ ଲକ୍ଷପତି ଦିଦିରେ ଓଡ଼ିଶା ଏକ ନମ୍ବର ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?