ବଲାଙ୍ଗୀରରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା:  ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି…

ବଲାଙ୍ଗୀର,୨୮।୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଜିଲାର ରାଜସ୍ବ ସମ୍ପର୍କିତ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବଲାଙ୍ଗୀର ଡିଏଫଓ ସମ୍ମିଳନୀ କକ୍ଷଠାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବଲାଙ୍ଗିର ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ଏମ୍‌ପି ନିରଞ୍ଜନ ବିଶି, ଜିଲାପାଳ ଗୌରୱ ଶୀୱାଜୀ ଇସାଲୱାର , ଅତିରିକ୍ତ ଜିଲାପାଳ ପବିତ୍ର ବେହେରା , ଅତିରିକ୍ତ ଜିଲାପାଳ  ବିଜୟାନନ୍ଦ ସେଠୀ,  ଟିଟିଲାଗଡ ଉପଜିଲାପାଳ ରେହାନ ଖେତ୍ରୀ, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ ପଟେଲ , ପାଟଣାଗ ଉପଜିଲ୍ଲାପାଳ ସୁନିଲ ମେହେର, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫୁଲ କୁଜୂର, ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା, ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ , ଆସିଷ୍ଟାଣ୍ଟ କଲେକ୍ଟର (ରାଜସ୍ବ) ସରିତା ରାଣୀ ଶତପଥି, ଜିଲାର ବିଭିନ୍ନ ବିଭାଗର ଅଧିକାରୀ, ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ତହସିଲ ଅଫିସରୁ ଯେପରି କୌଣସି ଲୋକ ଆସି ନ ଫେରୁ ସେ ବାବଦରେ ସମସ୍ତ ତହସିଲଦାରଙ୍କୁ ଟୁର ଡାଏରୀ ପ୍ରଦର୍ଶିତ କରିବାକୁ କହିଥିଲେ। ଆଗମୀଦିନରେ ରାଜସ୍ବ ବିଭାଗ କିପରି ଲୋକଙ୍କ ନିକଟତର ହେବ ସେଥିପାଇଁ ଧ୍ୟାନ ଦେବାକୁ କହିଥିଲେ। ତହସିଲଦାର ଏବଂ ରାଜସ୍ବ କର୍ମଚାରୀ ସାଧାରଣ ଲୋକଙ୍କୁ ଗୁରୁତ୍ୱ ଦେବା ସହ ଲୋକାଭିମୁଖୀ ଯୋଜନା ଗୁଡିକ ପ୍ରଣୟନ ନିମନ୍ତେ ଦାୟିତ୍ୱବାନ ହେବାକୁ କହିଥିଲେ। ଆଗମୀ ଦିନରେ ରାଜସ୍ବ ବିଭାଗ ମୋବାଇଲ ଦ୍ୱାରା ଲୋକଙ୍କ ପାଖରେ ପହଞ୍ଚିବାକୁ ଉଦ୍ୟମ କରୁଛି ବୋଲି ସୂଚନା ଦେଇଥିଲେ।
ସେହିପରି ଅସାଧୁ ଆକାରରେ ଆଦିବାସୀ ଜମି ହଡପ କରୁଥିବା ଲୋକଙ୍କ ପ୍ରତି ସରକାର କଡା ପଦକ୍ଷେପ ନେବେ ବୋଲି ଜଣେଇଛନ୍ତି। ଯଦି କୌଣସି ଜାଗାରେ ସରକାରୀ ଜାଗା ପାଖରେ ସ୍କୁଲ କିମ୍ବା କଲେଜ ଅଛି ସେହି ଜାଗା ସ୍କୁଲ ଖେଳପଡିଆ କିମ୍ବା ଅନ୍ୟାନ୍ୟ  ବ୍ୟବହାରରେ ଲଗାଇବା ପାଇଁ କହିଥିଲେ। ସେହିପରି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜବରଦଖଲ ମୁକ୍ତ କରିବା ପାଇଁ ବଲାଙ୍ଗୀର ଉପଜିଲ୍ଲାପାଳଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି। ପରେ ଲୋୟର ସୁକତେଲ , ପାଟଣାଗଡ଼ ବାଇପାସ , ଟିଟିଲାଗଡ଼ ବାଇପାସ , ଏନଏଚ, ରେଳ ଆଦି ବିଭାଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ସରକାରୀ ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି ରାଜସ୍ବ ବିଭାଗ କାହାକୁ ଛାଡ଼ିବ ନାହିଁ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri