କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି କାର୍ଯ୍ୟକ୍ରମ ଏବଂ ଆଗାମୀ ଖରିଫ-୨୦୨୬ ଋତୁ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କ୍ଷେତ୍ରସ୍ତରରେ ଚାଷୀମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ଏବଂ ଧାନ ନର୍ସରୀ ପ୍ରସ୍ତୁତି ଓ ରୁଆ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ। ଏଲ୍‌ ନିନୋ (El Ni୦o) ଜନିତ ଅସ୍ବାଭାବିକ ମୌସୁମୀ ପରିସ୍ଥିତିର ସମ୍ଭାବନାକୁ ଦୃଷ୍ଟିରେ ରଖି କେଉଁସବୁ ପଦକ୍ଷେପ ଗ୍ରହଣ କରାଯାଇଛି, ସେ ସମ୍ପର୍କରେ ସେ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ ଜିଲା ପ୍ରଶାସନ ଓ କୃଷି ବିଭାଗର ପ୍ରସ୍ତୁତିର ମଧ୍ୟ ସେ ସମୀକ୍ଷା କରିଥିଲେ।

ସୁଚିନ୍ତିତ ଯୋଜନା ଉପରେ ଗୁରୁତ୍ୱାରୋପ କରି ସିଂହଦେଓ କୃଷି ବିଭାଗର ଅଧିକାରୀମାନଙ୍କୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ଏବଂ ‘ଜିଲା କୃଷି ଆପଦକାଳୀନ ଯୋଜନା’ (District Agriculture Contingency Plan) କୁ ସଠିକ ଭାବେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହାଛଡ଼ା, ଉପମୁଖ୍ୟମନ୍ତ୍ରୀ ଜିଲାରେ ‘ମଡେଲ ଫାର୍ମ’ (ଆଦର୍ଶ କୃଷି କ୍ଷେତ୍ର) ପ୍ରତିଷ୍ଠା ପାଇଁ ଚିହ୍ନଟ ହୋଇଥିବା ଜମି ପରିଦର୍ଶନ କରିଥିଲେ।
ଜିଲା ପ୍ରଶାସନ ଏବଂ ବିଭିନ୍ନ ବିଭାଗ ଦ୍ୱାରା ଗ୍ରହଣ କରାଯାଇଥିବା ପ୍ରସ୍ତୁତି ସମୀକ୍ଷା କରି ସିଂହଦେଓ କହିଥିଲେ ଯେ, କେନ୍ଦୁଝର ଜିଲା ଖରିଫ-୨୦୨୬ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ସେ ଆଶା ବ୍ୟକ୍ତ କରିଛନ୍ତି ଯେ, ସ୍ବାଭାବିକଠାରୁ କମ୍‌ ବର୍ଷା ହେବାର ପୂର୍ବାନୁମାନ ସତ୍ତ୍ୱେ, ସମୟୋଚିତ ପଦକ୍ଷେପ ଏବଂ ସମନ୍ବିତ ପ୍ରୟାସ ଦ୍ୱାରା ଚଳିତ ଋତୁରେ ଭଲ ଉତ୍ପାଦନ ହେବ।

ଏହି ଗସ୍ତ ସମୟରେ ତେଲକୋଇର ବିଧାୟକ ତଥା ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଡ. ଫକୀର ମୋହନ ନାଏକ ଏବଂ ପାଟଣାର ବିଧାୟକ ଅଖିଳ ଚନ୍ଦ୍ର ନାୟକ ଉପସ୍ଥିତ ଥିଲେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର-ତଥା-ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, କେନ୍ଦୁଝର ଜିଲାପାଳଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri