‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇ କହିଥିଲେ, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସୁଭଦ୍ରା ସହାୟତା ମିଳିବ ବୋଲି କୁହାଯାଉଥିଲା। ତାହା ହୋଇଛି। ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ। ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?