ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଲ୍‌ ବାକିଥିଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବନି

ଭୁବନେଶ୍ୱର,୧୪।୪(ସୁନିତ୍‌ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ନିର୍ଦ୍ଦେଶ ଦେଇଛନ୍ତି, ୨୦୨୬ର ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍‌ ବିଲ୍‌ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ବିଲ୍‌ ପୈଠ ନ କରିବା କାରଣରୁ କୌଣସି ବି ଡିସ୍‌କମ୍‌ ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍‌ କାଟ କରାଯାଇପାରିବ ନାହିଁ । କେବଳ ଅତ୍ୟାବଶ୍ୟକ ମରାମତି କିମ୍ବା ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସାମୟିକ ଭାବେ ବିଦ୍ୟୁତ୍‌ କାଟ୍‌ ହୋଇପାରିବ। ଏହି ସମସ୍ତ ପୂର୍ବ ନିର୍ଦ୍ଧାରିତ ବିଦ୍ୟୁତ୍‌ କାଟ ବିଷୟରେ ଗ୍ରାହକମାନଙ୍କୁ ଏସ୍‌ଏମ୍‌ଏସ୍‌ ଆଲର୍ଟ ଏବଂ ପବ୍ଲିକ୍‌ ଆଡ୍ରେସ୍‌ ସିଷ୍ଟମ ମାଧ୍ୟମରେ ଆଗୁଆ ସୂଚନା ଦେବା ବାଧ୍ୟତାମୂଳକ କରାଯାଇଛି।

ଶକ୍ତି ବିଭାଗ ଏବଂ ଡିଷ୍ଟ୍ରିବ୍ୟୁଶନ କମ୍ପାନୀଗୁଡିକୁ ସେମାନଙ୍କ କର୍ମଚାରୀମାନଙ୍କୁ ଏହି ନିର୍ଦ୍ଦେଶ ବିଷୟରେ ଅବଗତ କରାଇବାକୁ ଅନୁରୋଧ କରିଛନ୍ତି। ଏହି ଘୋଷଣାର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରିବା ପାଇଁ ଏକ ଦୃଢ଼ ମନିଟରିଂ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ଘରୋଇ ଗ୍ରାହକମାନେ ଆଶ୍ୱସ୍ତି ପାଇପାରିବେ। ଏହି ସମସ୍ତ ନିର୍ଦ୍ଦେଶାବଳୀକୁ କାର୍ଯ୍ୟକାରୀ କରିବା ଏବଂ ସମୀକ୍ଷା କରି ଏକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?