ଭୁବନେଶ୍ୱର,୧୮।୮: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ ଖୋଲିବ ବୋଲି ଉପମୁଖ୍ୟମନ୍ତ୍ରୀ ସିଂହଦେଓ କହିଛନ୍ତି।
ଉପମୁଖ୍ୟମନ୍ତ୍ରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ଏହି ସୂଚନା ଦିଆଯାଇଛି। କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ ଖୋଲିବ ଦ୍ୱାରା କୃଷି ଗବେଷଣାକୁ ଆଗକୁ ବଢ଼ାଇବା ସହ ଚାଷୀଙ୍କୁ ସଶକ୍ତ କରିବ ବୋଲି ସେ କହିଛନ୍ତି। ଏପରିକି କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବ। ଉତ୍ପାଦ ବୃଦ୍ଧି ଏବଂ ଲାଭଦାୟକ କୃଷି ପ୍ରଣାଳୀ ବିକାଶରେ ସହାୟକ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।