ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ତାଙ୍କୁ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଲୋକ ଏବଂ ଭାଜପା ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯିବା ସହ ମୁଖ୍ୟ ପାଠକଠାରୁ ପାରମ୍ପରିକ ବାଦ୍ୟ ଯନ୍ତ୍ର, ଚାଙ୍ଗୁ ନୃତ୍ୟରେ ଶୋଭାଯାତ୍ରା ମାଧ୍ୟମରେ ସ୍ବାଗତ କରାଯାଇଥିଲା। ସେ ସକାଳ ସମୟରେ ଇକୋ ରିଟ୍ରିଟ ପରିସରେ ବୁଲି ଦାରିଙ୍ଗବାଡିର ଶୀତକୁ ଅନୁଭବ କରି ପ୍ରଂଶସା କରିଥିଲେ। ସେହିପରି ଓଡିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ପ୍ରତିବର୍ଷ କରାଯାଉଥିବା ଇକୋ ରିଟ୍ରିଟ ପରିଦର୍ଶନ କରିବା ସହ ଇକୋ ରିଟ୍ରିଟ ରେ କାର୍ଯ୍ୟରତ କର୍ମଚାରୀ, ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ଦାରିଙ୍ଗବାଡିର ପର୍ଯ୍ୟଟନକ୍ଷେତ୍ର ବୁଲିବା ପରେ ପର୍ଯ୍ୟଟନ କ୍ଷେତ୍ରର ବିକାଶକୁ ନେଇ ଏକ ସମୀକ୍ଷା କାର୍ଯ୍ୟକ୍ରମ ଇକୋ ରିଟ୍ରିଟ ପରିସର ମଧ୍ୟରେ ରହିଥିବା ଜଣାପଡିଛି। ଉପମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, କନ୍ଧମାଳ ଜିଲାପାଳ ବେଦ ଭୂଷଣ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ,କନ୍ଧମାଳ ଅତିତିକ୍ତ ଏସପି ରମେନ୍ଦ୍ର ପ୍ରସାଦ, ଡିଏସପି ଗୋବିନ୍ଦ ଚନ୍ଦ୍ର ବୁରୁଦା,ବାଲିଗୁଡା ଏସଡିପିଓ ଶ୍ରୀନିବାସୁଲୁ,ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ବୁନାଥ ନନ୍ଦୀ, ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ,ତହସିଲଦାର ଧୀରଜ ପାତ୍ର, ଜିଲା ପର୍ଯ୍ୟଟନ ଅଧିକାରୀ ଶ୍ରୀନିବାସ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହିଛନ୍ତି। ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ସୁରକ୍ଷାକର୍ମୀ ସଦଳବଳ ଆଇନଶୃଙ୍ଖଳାର ତଦାରଖ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri