ନବୀନଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ମିଛ କହୁଥିବା ଲୋକଙ୍କୁ…

ଭୁବନେଶ୍ୱର,୨୫ା୮: ସୁଭଦ୍ରା ଯୋଜନା ପ୍ରସଙ୍ଗରେ ଭାଜପା ସରକାରକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମାଲୋଚନା କରିଥିଲେ। ତେବେ ଏହି କଥାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନବୀନଙ୍କୁ କଡ଼ା କଟାକ୍ଷ କରିଛନ୍ତି। ପ୍ରଭାତୀ କହିଛନ୍ତି, କାଳିଆ ଯୋଜନା କଥା ଉଠାଇ, ମିଛ କହୁଥିବା ଲୋକଙ୍କୁ ସବୁକଥାରେ ମିଛ ଦେଖାଯାଏ।

ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଥିଲେ। ଏହି ଘୋଷଣା ପରେ କେଉଁମାନେ ଏହି ଯୋଜନାରେ ଉପକୃତ ହେବେ ଏବଂ କେଉଁମାନେ ବାଦ ପଡ଼ିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ବିଧାନସଭା ମୁଖ୍ୟ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କୁ ଟାର୍ଗେଟ କରିଥିଲେ।

ସୋସିଆଲ ମିଡିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଏକ ଲମ୍ବା ପୋଷ୍ଟ କରି ନବୀନ ଲେଖିଥିଲେ, ‘ଭାଜପା ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ମାତ୍ର ଦେଉଛନ୍ତି ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ଭାଜପାର ଗ୍ୟାରେଣ୍ଟି?

ଆମର ୪.୫ କୋଟି ଜନସଂଖ୍ୟାର ପ୍ରାୟ ୨.୨୫ କୋଟି ମହିଳା ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଏବେ ଭାଜପା ସରକାରଙ୍କ କହିବା ମୁତାବକ କେବଳ ମାତ୍ର ୭୦ ଲକ୍ଷ ମହିଳା ଏଥିରେ ସାମିଲ ହୋଇପାରିବେ। ତା’ହେଲେ ଭାଜପା ସରକାରଙ୍କ ‘ପ୍ରତ୍ୟେକ’ ମହିଳାଙ୍କୁ ଏ ଯୋଜନାରେ ସାମିଲ କରିବା ଅର୍ଥ କ’ଣ ଏଇୟା? ମା’ମାନଙ୍କୁ ଏହା କ’ଣ ଭାଜପାର ଗ୍ୟାରେଣ୍ଟି ନା ଏହା ଏକ ଧୂଆଁବାଣ?

ମା’ମାନେ ଅନେକ ଆଶା ରଖିଥିଲେ। ଟଙ୍କା ମିଳିଲେ କିଛି ଭଲ କାମରେ ଲଗାଇବେ ବା ବ୍ୟବସାୟ କରିବେ। ହେଲେ ଏବେ କହୁଛନ୍ତି ମା’ମାନଙ୍କୁ ୬ମାସରେ ମାତ୍ର ୫,୦୦୦ ଟଙ୍କାର ସହାୟତା; ଯାହା ମାସକୁ ମାତ୍ର ୮୦୦ ଟଙ୍କା ପଡ଼ୁଛି।ଏହା କେଉଁ କାମରେ ଲାଗିବ? ଏକ ସାଙ୍ଗରେ ୫୦,୦୦୦ ଟଙ୍କାର ପ୍ରୋତ୍ସାହନ ମିଳିଥିଲେ ମା’ମାନେ ଏହାକୁ କୌଣସି କାମରେ ଲଗାଇ ପାରିଥାନ୍ତେ। କିଛି ବ୍ୟବସାୟ କରି ସଶକ୍ତ ହୋଇ ସମାଜରେ ଆଗକୁ ବଢ଼ିଥାନ୍ତେ।

ସୁଭଦ୍ରା ବା କିଛି ଗ୍ୟାରେଣ୍ଟି ଯୋଜନାକୁ କାର୍ଯ୍ୟକ୍ଷମ କରିବାକୁ ଭାଜପା ସରକାର ଚଳିତ ବଜେଟରେ ୫୦,୦୦୦ କୋଟି ଟଙ୍କାର ଋଣ କରିଛନ୍ତି। ଏହା ଆମ ସମସ୍ତଙ୍କ ମୁଣ୍ଡରେ ଋଣ ବୋଝ। ଆମ ମା’ ଓ ଭଉଣୀମାନଙ୍କୁ ଏହାକୁ ସୁଧ ସହ ଶୁଝିବାକୁ ପଡ଼ିବ। କାରଣ ଏହା ସରକାରୀ ଅର୍ଥ ନୁହେଁ, ଋଣ ହୋଇ ଆସିଥିବା ଟଙ୍କା। ଏଥିରେ କ’ଣ ନାରୀ ସଶକ୍ତିକରଣ ସମ୍ଭବ ହେବ? ଆମେ ଖାଲି ଯାହା ଋଣ କରି ପରବ ପାଳିବା ସାର ହେବ।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ସହାୟତା ରାଶି ଦିଆଯିବ। ଏନେଇ ହିତାଧିକାରୀଙ୍କ ସୁଭଦ୍ରା ଡେବିଟ କାର୍ଡ ପ୍ରଦାନ କରାଯିବ।

ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସ୍‌ଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କ୍ୟାବିନେଟ୍‌ରେ ଏସ୍‌ଓପି ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ।



Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri