ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ସେ ସମଗ୍ର ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରିଛନ୍ତି।

ଏହି ଗସ୍ତ ସମୟରେ ସେ ମନ୍ଦିରର ଚତୁଃପାର୍ଶ୍ୱ ବୁଲି ଦେଖିବା ସହ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ ପରୀକ୍ଷା କରିଥିଲେ ଏବଂ ଜିଲାପାଳ ଭି. କିର୍ତ୍ତିୱାସନଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଘୋଷଣା କରାଯାଇଥିବା ୩୩ କୋଟି ଟଙ୍କାର ଅନୁଦାନ ପ୍ରକଳ୍ପକୁ ଆହୁରି ବୃଦ୍ଧି କରାଯିବ ବୋଲି ସେ କହିଥିଲେ। ଏଥିସହ ମନ୍ଦିର ପରିସରରେ ସ୍ୱଚ୍ଛତା ଏବଂ ଉନ୍ନତ ସାଉଣ୍ଡ ସିଷ୍ଟମ ବ୍ୟବସ୍ଥା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଅନୁଦାନ ଯୋଗାଇ ଦିଆଯାଇଥିବା ସେ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଏସପି ହରିଶ କୁମାର, ଛତ୍ରପୁର ଉପଜିଲ୍ଲାପାଳ ଡ. ଶିବାଶିଷ ବରାଳ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Share