ଐତିହାସିକ ପୋତାଗଡ଼ ଦୁର୍ଗ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ: ପର୍ଯ୍ୟଟନସ୍ଥଳୀର ସାମଗ୍ରିକ ବିକାଶ ପାଇଁ…

ଗଞ୍ଜାମ,୨୫।୪: (ବିଦ୍ୟାଧର ସାହୁ ): ଗଞ୍ଜାମ,୨୫।୪: (ବିଦ୍ୟାଧର ସାହୁ ): ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସୁଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ପରିଦର୍ଶନ କରିଥିଲେ । କମିଶନର ତଥା ଓଡ଼ିଶା ପର୍ଯ୍ୟଟନ ବିଭାଗ (ଓଡ଼ିଶା )ବଳବନ୍ତ ସିଂହ, ଜିଲାପାଳ ଭି କୀର୍ତ୍ତି ଭାସନ,ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ,ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ଏନଏସି ଅଧକ୍ଷା ପ୍ରତିଭା ପାଢ଼ୀ, ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ ପ୍ରମୁଖ ଉପସ୍ଥିତ ଥିଲେ ।ବହୁ ପୁରାତନ ଏହି ଐତିହାସିକ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ କିପରି ଚାଲିଛି, ଏଠାରେ ପର୍ଯ୍ୟଟକମାନଙ୍କ ପାଇଁ କ’ଣ ବ୍ୟବସ୍ଥା ରହିଛି ଏବଂ ଏହାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି କି ନାହିଁ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ ଉପମୁଖ୍ୟମନ୍ତ୍ରୀ। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୋତାଗଡ଼ରେ ଚାଲିଥିବା ଉନ୍ନତିକରଣ କାର୍ଯ୍ୟ ବର୍ତ୍ତମାନ ବନ୍ଦ ଥିବା ଏବଂ ଧିମା ଗତିରେ ଉନ୍ନୟନ କାର୍ଯ୍ୟ ଚାଲିଥିବା କଥା ପଦାରେ ପଡିଥିଲା। ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ଲାଗି ଆକର୍ଷଣୀୟ ମୁଖ୍ୟ ଫାଟକ, ଶୌଚାଳୟ, ପାନୀୟ ଜଳ ବ୍ୟବସ୍ଥା, ହାଇମାକ୍ସ ଲାଇଟ, ଡିସପ୍ଲେ ବୋର୍ଡ ଆଦି ଲଗାଯିବା ପାଇଁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ଆଲୋଚନା ହୋଇଥିଲା। ପୋତାଗଡ଼ରେ ପର୍ଯ୍ୟଟନସ୍ଥଳୀର ସାମଗ୍ରିକ ବିକାଶ ଉପରେ ଉପମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ପୋତାଗଡ଼ଠାରେ ନୂତନ ଭାବେ ନିର୍ମାଣ ହୋଇଥିବା କଲ୍ୟାଣୀ ମଣ୍ଡପ ଓ ପୋତାଗଡ଼କୁ ଲାଗି ରହିଥିବା ଋଷିକୂଲ୍ୟା ନଦୀକୁ ସଂଯୋଗ ସ୍ଥଳ ବୁଲି ଦେଖିଥିଲେ ଉପମୁଖ୍ୟମନ୍ତ୍ରୀ । ପୂର୍ବରୁ ଏଠାରେ ୧ କୋଟି ୭୦ ଲକ୍ଷ ଟଙ୍କାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଚାଲିଥିବାବେଳେ ୨୦୧୮/୧୯ ଆର୍ଥିକ ବର୍ଷରେ ତ୍ରୟୋଦଶ ଅର୍ଥ କମିଶନ ପକ୍ଷରୁ ତିନି କୋଟି ବ୍ୟୟ ଅଟକଳରେ ମାରିଟାଇମ ମ୍ୟୁଜିୟମ, ଐତିହ୍ୟ ଗେଟ୍‌ ଏବଂ ସାମୁଦ୍ରିକ ସଂଗ୍ରହଳୟ ଇତ୍ୟାଦି ନିର୍ମାଣ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଥିଲା । ଉପମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ବେଳେ  ଭାଜପା ଜିଲା ସଭାପତି ସରୋଜ ସାବତ, ଗଞ୍ଜାମ ଏନଏସି ମଣ୍ଡଳ ସଭାପତି ଭଗବାନ ପ୍ରଧାନ, ବିଧାୟକ ପ୍ରତିନିଧି ରାନୁ ବୈଠାରୁ, ଭାଜପା ଯୁବ ନେତା ନିରଞ୍ଜନ ତରାଇ, ପପୁ ମାହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri