କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ, କହିଲେ ମାସେ ଭିତରେ ଯଦି…

ଭୁବନେଶ୍ୱର,୩୧ା୭: କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି। ଆଇସିସି କମିଟି ନ କଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ। ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।